ଜେଲ ଗଲେ ଜଗନ୍ନାଥ

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ ଜଗାଙ୍କୁ ପୁଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୁଲିସ ଯେଉଁ ଦଫା ଲଗାଇଛି ତାହା ଆଧାରରେ ଏସଡିଜେଏମ କୋର୍ଟଙ୍କ ପକ୍ଷରୁ ଜାମିନ ଦେବା କ୍ଷମତା ପରିସର ବାହାରେ ଥିବାରୁ କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ। ଫଳରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଜଗାଙ୍କ ପକ୍ଷରୁ ଉପର କୋର୍ଟରେ ଜାମିନ ଆବେଦନ କରାଯିବ ବୋଲି ସୂଚନା ମିଳିଛି।
ଗୁରୁବାର ରାତିରେ ଜଗା ଡିସିପିଙ୍କ ଅଫିସରେ ଆତ୍ମସମର୍ପଣ କରିବା ପରେ କମିଶନରେଟ ପୁଲିସ ତାଙ୍କୁ ଗିରଫ କରିଥିଲା। ଏହା ପରେ ଜଗାଙ୍କୁ ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ପୂର୍ବରୁ ଏହି ଘଟଣାରେ ୫ ଜଣ ଗିରଫ ହୋଇଥିଲେ। ସେମାନଙ୍କ ମଧ୍ୟରେ ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମି ମହାପାତ୍ର ଏବଂ ଦେବାଶିଷ ପ୍ରଧାନ ପ୍ରମୁଖ ରହିଥିଲେ। ପୁଲିସ ଏହି ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିଛି। ଜଗାଙ୍କ ଗିରଫଦାରି ପରେ କାର୍ୟ୍ୟବନ୍ଦ ରଖିଥିବା ଓଏଏସ ସଂଘ ଆନ୍ଦୋଳନକୁ ପ୍ରତ୍ୟାହାର କରିନେଇଛି।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ