ଜୈବିକ ଗୁଡ଼ ଉତ୍ପାଦନ ଉପରେ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର-୧୪/୧୦: ଗଞ୍ଜାମ ଜିଲ୍ଲା ଓଡ଼ଗାଁର ସମ୍ଭବରେ ଜୈବିକ ଗୁଡ଼ ଉତ୍ପାଦନ ଏବଂ ସ୍ୱଚ୍ଛ ଆଖୁ ରସ ଉପରେ ଏକ ସୁସଂଗଠିତ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ପଦ୍ମଶ୍ରୀ ସାବରମତୀଙ୍କ ସମେତ ଚାଳିଶରୁ ଅଧିକ ଆଖୁ ଚାଷୀ, କୋଟପାଡ଼, କୋରାପୁଟ ଅଞ୍ଚଳର ଗୁଡ଼ ନିର୍ମାତା, ଆଖୁ ରସ ଭେଣ୍ଡିଂ ମେସିନ୍ ନିର୍ମାତା କର୍ମଶାଳାରେ ଯୋଗ ଦେଇଥିଲେ ଏବଂ ସେମାନଙ୍କର ଅଭିଜ୍ଞତା ବାଣ୍ଟିଥିଲେ।

ଜୈବିକ ଚାଷ ଓ ରାସାୟନିକ ମୁକ୍ତ ଗୁଡ଼ ଉତ୍ପାଦନ ପ୍ରକ୍ରିୟା ବିଷୟରେ କର୍ମଶାଳାରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା। ପଦ୍ମଶ୍ରୀ ସାବରମତୀ ନୟାଗଡ ଚାଷୀଙ୍କ ଗୁଡ଼ ପ୍ରକ୍ରିୟାକରଣ ଦକ୍ଷତା ଏବଂ ମହିଳାମାନଙ୍କ ଦ୍ବାରା ଗୁଡ଼ରୁ ପ୍ରସ୍ତୁତ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତି ଦକ୍ଷତା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ ଅଂଶଗ୍ରହଣକାରୀମାନଙ୍କୁ ଜୈବିକ ଗୁଡ଼ରେ ପ୍ରସ୍ତୁତ ଅନେକ ମିଷ୍ଟାନ୍ନ ଖାଦ୍ୟ ପରିବେଷଣ କରାଯାଇଥିଲା। ଆଲୋଚନା ଅନୁଯାୟୀ, ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦ ପାଇଁ ନୟାଗଡରୁ, ପୁରୀକୁ ଜୈବିକ ଗୁଡ଼ ଯୋଗାଣ କରିବାର ଲକ୍ଷ୍ୟ ରଖାଯାଇଛି।

ଆପିକଲର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ କୃଷି ନିର୍ଦ୍ଦେଶକ ଶ୍ରୀମତୀ ଲିଟି ପଟ୍ଟନାୟକ, ଯୋଜନା ଅଧିକାରୀ, ଆଖୁ ବୈଜ୍ଞାନିକ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ନୟାଗଡ଼ ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଚାଷୀଙ୍କ ସହିତ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ