ଜୋନ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ଚୟନ

ଦେବଗଡ଼ ଜ଼ିଲ୍ଲା ତିଳେଇବଣି ବ୍ଲକ ପି. ଏମ. ଶ୍ରୀ. ଅପୂର୍ବ ସରକାରୀ ଉଚ୍ଚ ବିଦ୍ୟାଳୟ, ସୁଗୁଡା ଖେଳ ପଡିଆ ଠାରେ ଜୋନ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ଚୟନ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରାଙ୍କ ସଭାପତିତ୍ୱରେ ଜ଼ିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷିକା ପଦ୍ମିନୀ ମହାପାତ୍ର, ଅବସରପ୍ରାପ୍ତ ଜ଼ିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପଦ୍ମଲୋଚନ ପ୍ରଧାନ, ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଡିଲେଶ୍ଵର ସ୍ୱାଇଁ, ଧୋବଲିପଥର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ସାହୁ , ସୁନାମୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଶ୍ୱନାଥ କିଶାନ, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶାନ୍ତନୁ କୁମାର ସାହୁ, କଳାମାଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ଚିତ୍ତରଞ୍ଜନ ମହନ୍ତ, ଗଙ୍ଗାନଣ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ହରେନ କୁମାର ସାହୁ ପ୍ରମୁଖ ମଞ୍ଚାସିନ ରହି ମଞ୍ଚାସିନ ରହି କ୍ରୀଡାର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ଉତ୍ସାହିତ କରିଥିଲେ ।କାର୍ଯ୍ୟକ୍ରମକୁ ସୁଗୁଡା ସି. ଆର. ସି. ସି. ପ୍ରାଣବନ୍ଧୁ ଘଡ଼େଇ ସଂଯୋଜନା କରିଥିଲେ।ଜୋନର ମୋଟ ୭ ଟି ବିଦ୍ୟାଳୟ ୧୪ ଓ ୧୭ ବର୍ଷରୁ କମ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦୌଡ଼, ଥ୍ରୋ, ଫୁଟବଲ, କବାଡି, ଭଲିବଲ, ବାଡ଼ମିଣ୍ଟନ, ହକି ପ୍ରଭୁତି ଖେଳ ମାଧ୍ୟମରେ ବ୍ଲକ ସ୍ତର ନିମନ୍ତେ ଚୟନ କରାଯାଇଥିଲା। ସ୍ଥାନୀୟ ବିଦ୍ୟାଳୟ କ୍ରୀଡା ଶିକ୍ଷକ ସୂର୍ଯ୍ୟକାନ୍ତ ମହନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ୍ୱାବଧାନ ରେ ୭ ଟି ବିଦ୍ୟାଳୟର ସମସ୍ତ କ୍ରୀଡା ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍ଥାନୀୟ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ଖେଳ ପରିଚାଳନାରେ ସହଯୋଗ କରିଥିଲେ।

  • Related Posts

    ଚନ୍ଦ୍ରିକା ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

    କଟକ: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ…

    Continue reading
    ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

    ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ନିତ୍ୟାନନ୍ଦ ମହାନ୍ତି, ଅବସରପ୍ରାପ୍ତ ଆଇ.ଏ.ଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ