ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ: ଫୁଲୁରି ତେଲ ଲାଗି ହେଲେ

ପୁରୀ: ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କୁ ଭଲ କରିବା ପାଇଁ ଚାଲିଛି ଗୁପ୍ତ ନୀତି। ଜ୍ୱରରୁ ଉପଶମ ପାଇଁ ଶନିବାର ପଞ୍ଚମୀ ତିଥିରେ ମଣିମାଙ୍କ ଶ୍ରୀଅଙ୍ଗରେ ଲାଗି ହୋଇଛି ଜଡ଼ିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢ଼ିବା ପରେ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠକୁ ଶ୍ରୀମନ୍ଦିର ପକ୍ଷରୁ ଫୁଲୁରି ତେଲ ବିଜେ ପାଇଁ ଖବର ଯାଇଥିଲା। ମଠ ମହନ୍ତ ଓ ଅନ୍ୟ ସାଧୁସନ୍ଥମାନେ ଶୋଭାଯାତ୍ରାରେ ମହୌଷଧିଯୁକ୍ତ ଫୁଲୁରି ତେଲକୁ ଶ୍ରୀମନ୍ଦିରରେ ବିଜେ କରିଥିଲେ। ତିନୋଟି ମାଟି ଘଡ଼ିରେ ଫୁଲୁରି ତେଲ ଅଣାଯାଇଥିଲା। ପରେ ଏହାକୁ ଅଣସର ପିଣ୍ଡିରେ ବିଜେ ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା।

ଜ୍ୱର ପୀଡ଼ିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗର ଦରଜ ଉପଶମ ପାଇଁ ତୈଳ ମର୍ଦ୍ଦନର ପରମ୍ପରା ରହିଆସିଛି। ଶ୍ରୀଜୀଉଙ୍କୁ ଲାଗି ହେଉଥିବା ଫୁଲୁରି ତେଲର ପ୍ରସ୍ତୁତି ଶୈଳୀ ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ତିନି ଘଡ଼ିରେ ଘଣାପେଡ଼ା ରାଶି ତେଲ ସହ କୃଷ୍ଣଭୋଗ ଧାନ, ବେଣା ଚେର, ଚନ୍ଦନ କାଠ, କେତକୀ, ଚମ୍ପା, ବଉଳ, ମାଳତୀ, ମଲ୍ଲୀ, ଜୁଇ ଓ ଜାଇ ଆଦି ଫୁଲର ମିଶ୍ରଣ କରାଯାଇଥାଏ। ଏହି ମିଶ୍ରଣ ପ୍ରସ୍ତୁତ କରିବା ପାଇଁ ବଡ଼ ଓଡ଼ିଆ ମଠ ମହନ୍ତ ସ୍ୱତନ୍ତ୍ର ପଦ୍ଧତି ଅନୁସରଣ କରିଥା’ନ୍ତି। ଯାହା ବର୍ତ୍ତମାନ ସୁଦ୍ଧା ଗୁପ୍ତ ରଖାଯାଇଛି। ଘଣାପେଡ଼ା ରାଶି ତେଲରେ ୧୪ ପ୍ରକାର ଫୁଲ, ୭ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ପକାଇ ଫୁଲୁରି ତେଲ ପ୍ରସ୍ତୁତ କରାଯାଇଥାଏ। ପ୍ରତିବର୍ଷ ହେରାପଞ୍ଚମୀ ଦିନ ଏହି ମିଶ୍ରଣକୁ ମାଟି ତଳେ ପୋତାଯାଇଥାଏ। ପ୍ରାୟ ବର୍ଷେ ଧରି ମାଟି ତଳେ ରହିବା ପରେ ଏହି ମହୌଷଧିକୁ ବାହାର କରାଯାଇଥାଏ। ପରେ କପଡ଼ାରେ ଛଣାଯାଇ ମାଟି ଘଡ଼ିରେ ଶ୍ରୀମନ୍ଦିରକୁ ନିଆଯାଇଥାଏ। ଗାରଦରେ ଦାଖଲ ପରେ ଦଇତାପତି, ପତି ମହାପାତ୍ର, ସେବକମାନେ ଏହାକୁ ଅଣସର ପିଣ୍ଡିରେ ବିଜେ ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି। ଏହାପରେ ତିନିଠାକୁର ଧୀରେଧୀରେ ସୁସ୍ଥ ହେବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରେ ଫୁଲୁରି ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ