ଝରକା ରେଲିଂରେ ଛାତ୍ରୀ: ପ୍ରଧାନଶିକ୍ଷକ ସସପେଣ୍ଡ

ଭୁବନେଶ୍ବର : ଛାତ୍ରୀକୁ ନିର୍ୟାତନା ଘଟଣାରେ ପ୍ରଧାନଶିକ୍ଷକ ସସପେଣ୍ଡ । ଦ୍ଵିତୀୟ ଶ୍ରେଣୀ ଛାତ୍ରୀକୁ ଗତକାଲି ସ୍କୁଲ ଛୁଟି ସମୟରେ ସ୍କୁଲ୍ ଶ୍ରେଣୀଗୃହରେ ତାଲା ପକାଇ ପଳାଇଥିଲେ ସ୍କୁଲ କର୍ତ୍ତୃପକ୍ଷ । କେନ୍ଦୁଝର ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏହି ଘଟଣା। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୌରହରି ମହାନ୍ତ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆକ୍ସନ ନେଲେ ବିଇଓ ।

ପ୍ରକାଶ ଯେ, କେନ୍ଦୁଝର ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀକୁ ଗତକାଲି ସ୍କୁଲ ଛୁଟି ସମୟରେ ସ୍କୁଲ୍ ଶ୍ରେଣୀଗୃହରେ ତାଲା ପକାଇ ପଳାଇ ଥିଲେ ସ୍କୁଲ କର୍ତ୍ତୃପକ୍ଷ । ତାକୁ ଆଜି ସକାଳେ ପରିବାର ଓ ଗାଁ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସ୍କୁଲରୁ ନ ଫେରିବାରୁ ଘର ଲୋକ ବହୁତ ଖୋଜାଖୋଜି କରି ପାଇନଥିଲେ କ୍ଷ ପରେ ଆଜି ସ୍କୁଲ ରୋଷେୟା ଆସି ସକାଳ ୯ଟାରେ ସ୍କୁଲ ଖୋଲିବା ପରେ ଝିଅଟି ଶ୍ରେଣୀଗୃହର ଝରକା ରେଲିଂରେ ଝୁଲି ରହିଥିବା ଦେଖିବାକୁ ମିଳିଥିଲା । ଝିଅଟି ବାହାରିବାକୁ ଚେଷ୍ଟା କରି ନିଜର ସମଗ୍ର ବଳ ଖଟାଇ ଲୁହା ରେଲିଂକୁ ବଙ୍କା କରିଥିଲେ ବି ଗୋଡ ଦୁଇଟି ବାହାରି ଥିବାବେଳେ ଅଣ୍ଟାରୁ ମୁଣ୍ଡ ପର୍ୟ୍ୟନ୍ତ ଲଟକି ରହି ରାତି ସାରା କଷ୍ଟ ପାଇଥିଲା । ପରେ ପରିବାର ଲୋକ ଏବଂ ଗ୍ରାମବାସୀ ଝିଅଟିକୁ ଏପରି ଅବସ୍ଥାରେ ଦେଖିବା ପରେ ଗାଁରେ ରହୁଥିବା ରୋଷେୟାଠାରୁ ଚାବି ଆଣି ଶ୍ରେଣୀଗୃହର କବାଟ ଖୋଲି ଝରକାର ଲୁହାକୁ ବଙ୍କା କରି ଝିଅକୁ ଉଦ୍ଧାର କରିଥିଲେ ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ