ଝାଞ୍ଜ ପାହାଡରେ ଦୁଇ ଯୁବକ ନିଖୋଜ

ପଦ୍ମପୁର: ପଦ୍ମପୁର ଉପଖଣ୍ଡ ବରିହାପାଲି ପଞ୍ଚାୟତର ଝାଞ୍ଜ ପାହାଡରେ ଦୁଇ ଯୁବକ ନିଖୋଜ। ନିଖୋଜ ଯୁବକମାନେ ହେଲେ ରାଜ ମଲ୍ଲିକ ଓ ଗଣେଶ ଡୁଡୁକା। ସୂଚନା ଅନୁଯାୟୀ, କନସିଂହା ଗ୍ରାମର ମୋଟ ୯ ଜଣ ଯୁବକ ଗତକାଲି ଝାଞ୍ଜ ପାହାଡ ପାଦଦେଶରେ ଅବସ୍ଥିତ କୁଠିଖୋଳକୁ ଗାଧୋଇବା ପାଇଁ ଯାଇଥିଲେ। ପରେ ସେମାନେ ଝାଞ୍ଜ ପାହାଡ ଉପରକୁ ଚଢ଼ିଥିଲେ। ତେବେ କିଛି ସମୟ ପରେ ଦଳର ଦୁଇ ଜଣ ସଦସ୍ୟ ଅନ୍ୟମାନଙ୍କଠାରୁ ବିଚ୍ଛିନ୍ନ ହୋଇଯାଇଥିଲେ ଏବଂ ସେମାନଙ୍କର କୌଣସି ପତ୍ତା ମିଳିନଥିଲା।

ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକ ଏବଂ ବନ ବିଭାଗକୁ ସୂଚନା ଦେବା ପରେ ରାତିରୁ ହିଁ ବ୍ୟାପକ ଖୋଜାଖୋଜି ଅଭିଯାନ ଆରମ୍ଭ କରାଯାଇଛି । ବନ ବିଭାଗର କର୍ମଚାରୀ, ସ୍ଥାନୀୟ ଲୋକଙ୍କ ସହାୟତାରେ ନିଖୋଜ ଯୁବକମାନଙ୍କ ସନ୍ଧାନ ପାଇଁ ପ୍ରୟାସ ଜାରି ରଖିଛି। ତେବେ ବର୍ତ୍ତମାନନ ସୁଦ୍ଧା ଉଭୟ ଯୁବକଙ୍କ କୌଣସି ସନ୍ଧାନ ମିଳିନଥିବା ଜଣାପଡ଼ିଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ