ଝାଡ଼ାବାନ୍ତିରେ ୩ ମୃତ, ୧୦ରୁ ଅଧିକ ଆକ୍ରାନ୍ତ

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ମଙ୍ଗଳବାର ଝାଡାବାନ୍ତିରେ ସଂକ୍ରମିତ ହୋଇ ସମ୍ବାରୁ ମଲ୍ଲିକ ଏବଂ କାନ୍ଦରା ମଲ୍ଲିକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ପୁଣି ଆଉ ଜଣେ ମହିଳାଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ମହିଳାଙ୍କ ନାମ ଶୁକୁରି ମଲ୍ଲିକ ବୋଲି ଜଣାପଡିଛି । ଝାଡାବାନ୍ତିରେ ଗ୍ରାମର ମୋଟ୍ ୧୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ ହୋଇଥିବା ସଙ୍କଟାପନ୍ନ ହୋଇଥିବା ଲୋକଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ସେହିପରି ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଫାସିଗୁଡା ଗ୍ରାମରେ ଗତ ଶନିବାର ଠାରୁ ଝାଡ଼ାବାନ୍ତି ବ୍ୟାପିଥିବା ବେଳେ ୫ ଜଣ ଏଥିରେ ଆକ୍ରାନ୍ତ ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି । ଗ୍ରାମରେ ଭ୍ରାମ୍ୟମାଣ ମେଡିକାଲ ଟିମ୍‌ ପହଞ୍ଚି ଗ୍ରାମବାସୀଙ୍କୁ ସଚେତନ କରାଇବା ସହ ଝାଡ଼ାବାନ୍ତି ପ୍ରତିରୋଧକ ଔଷଧ ବଣ୍ଟନ କରିଥିଲେ ।

ସେହିପରି ଗ୍ରାମ୍ୟ ଓ ଜଳ ପରିମଳ ବିଭାଗ ପକ୍ଷରୁ କର୍ମଚାରୀ ପହଞ୍ଚି ପାଣି ନମୁନା ପରୀକ୍ଷଣ କରିବା ସହ ଗ୍ରାମରେ ରହିଥିବା ସମସ୍ତ ନଳକୂପ ଗୁଡ଼ିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ସହ ବିଶୋଧନ କରିଥିବା ଜଣାପଡ଼ିଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ