ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର, ଡକାୟତି ଯୋଜନା ବେଳେ ଗୁଳିମାଡ଼

ଝାରସୁଗୁଡ଼ା: ଶନିବାର ସକାଳେ ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଳି ଥାନା ଅଞ୍ଚଳରେ ଏନକାଉଣ୍ଟର ହୋଇଛି। ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ଆହତ ଅପରାଧୀକୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ତାର ସହଯୋଗୀଙ୍କ ସହ ମିଶି ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିଲା। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୁଲିସର ଏକ ସ୍ପେଶାଲ ଟିମ୍ ସେଠାରେ ଚଢ଼ାଉ କରିଥିଲା। ପୁଲିସକୁ ଦେଖି ଅପରାଧୀମାନେ ଛତ୍ରଭଙ୍ଗ ଦେବା ସହ ପୁଲିସ ବାହିନୀ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ। ଆତ୍ମରକ୍ଷା ସହ ଅପରାଧୀକୁ କାବୁ କରିବା ପାଇଁ ପୁଲିସ ମଧ୍ୟ ଜବାବି ଗୁଳି ଚାଳନା କରିଥିଲା। ଏହି ଗୁଳି ବିନିମୟ ସମୟରେ ଏକ ଗୁଳି ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଥିଲା, ଯାହାଫଳରେ ସେ ସେଠାରେ ଟଳି ପଡ଼ିଥିଲା। ତେବେ ଜୟର ଅନ୍ୟ ଜଣେ ସହଯୋଗୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
ପୁଲିସ ସୂତ୍ରରୁ ଜଣାପଡ଼ିଛି ଯେ, ଆହତ ଜୟ ଚୌହାନ ଜଣେ ପେସାଦାର ଅପରାଧୀ। ତାର ନାମରେ ପୂର୍ବରୁ ବିଭିନ୍ନ ଥାନାରେ ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଏବଂ ଆର୍ମସ ଆକ୍ଟ ସମେତ ୧୦ରୁ ଅଧିକ ସଙ୍ଗୀନ ଅପରାଧିକ ମାମଲା ରହିଛି।ଘଟଣା ସମ୍ପର୍କରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇ କହିଛନ୍ତି ଯେ, ଗୁପ୍ତ ସୂଚନା ଆଧାରରେ ପୁଲିସ ଅଭିଯାନ ଚଳାଇଥିଲା। ଅଭିଯାନ ସମୟରେ ଅପରାଧୀମାନଙ୍କ ପକ୍ଷରୁ ପ୍ରତିରୋଧ ହେବାରୁ ଗୁଳି ବିନିମୟ ଘଟିଥିଲା। ଜୟ ଚୌହାନ ଆହତ ହୋଇଥିବା ବେଳେ ଅନ୍ୟମାନେ ଫେରାର ହୋଇଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୋଲିସର ସର୍ଚ୍ଚ ଅପରେସନ ଜାରି ରହିଛି।ଚଳିତ ବର୍ଷ ଏପର୍ଯ୍ୟନ୍ତ ୧୦ ଜଣ ଅପରାଧୀଙ୍କୁ ଗୁଳି ବାଜିଲାଣି । କେବଳ ମେ’ ମାସରେ ହୋଇଛି ୮ ଘଟଣା (ବ୍ରହ୍ମପୁରରେ ୪, ସମ୍ବଲପୁରରେ ୨ ଏବଂ ଝାରସୁଗୁଡ଼ାରେ ୨) ଘଟିଛି । ଫେବ୍ରୁଆରୀରେ କେନ୍ଦୁଝର ଓ ପିପିଲି ଏବଂ ମାର୍ଚ୍ଚରେ ସମ୍ବଲପୁରରେ ହୋଇଛି ।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ