ଝାରସୁଗୁଡ଼ାରେ ବଜ୍ରପାତରେ ୨ ଯୁବକଙ୍କ ମୃତ୍ୟୁ

କୋଲାବିରା,20।08 : ଝାରସୁଗୁଡ଼ା ଜିଲା କୋଲାବିରା ଥାନା ପରମାଣପୁର ପଞ୍ଚାୟତ ଅଧୀନସ୍ଥ କାଲିବାହାଲ ଗ୍ରାମରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ବଜ୍ରପାତ ଘଟି ୨ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ କାଲିବାହାଲ ଗାଁର ବୀର କିଷାନ ଓ ଦୁଃଖବନ୍ଧୁ ମାଝୀ ବୋଲି ଜଣାପଡିଛି। ବୀର ଓ ଦୁଃଖବନ୍ଧୁ ଜମିରେ କାମ କରିବା ପାଇଁ ଯାଇଥିଲେ। ବର୍ଷା ଓ ଘଡ଼ଘଡ଼ି ଯୋଗୁଁ ସେମାନେ ଏକ ମହୁଲ ଗଛ ତଳେ ଆଶ୍ରୟ ନେଇଥିଲେ। ହଠାତ ବଜ୍ରପାତ ହେବାରୁ ଉଭୟେ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କୋଲାବିରା ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ