ଟୁରିଷ୍ଟ ବସ ଦୁର୍ଘଟଣା ; ୫ ମୃତ

ନୟାଗଡ଼ : ନୟାଗଡ଼ ଦଶପଲ୍ଲାରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୫ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ମିଳିଥିବା ସୂଚନାନୁଯାୟୀ, ଭାରସାମ୍ୟ ହରାଇ ପଥର ସହ ପିଟି ହୋଇ ଟୁରିଷ୍ଟ ବସଟି ଓଲଟି ପଡ଼ିବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗାଡି ଚାଳକଙ୍କ ସହ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ବସଟିରେ ଯାତ୍ରୀ ବଲାଙ୍ଗୀର ହରିଶଙ୍କର ବୁଲି ଯିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ନୟାଗଡ଼ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ତଦନ୍ତ ଆରମ୍ଭ କରିଛନ୍ତି। ବସରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। ମୃତାହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରୁ ୫୫ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ବସଟି ବଲାଙ୍ଗୀର ଜିଲ୍ଲାର ହରିଶଙ୍କର ଓ ନୃସିଂହନାଥ ଦର୍ଶନ ପାଇଁ ଯାଉଥିଲା । ଶୁକ୍ରବାର ସନ୍ଧ୍ୟା ୭ଟାରେ ବ୍ରହ୍ମପୁରରୁ ବସ ଛାଡିଥିଲା । ଦଶପଲ୍ଲାରେ ଖାଇସାରି ରାତି ସାଢେ ୧ଟାରୁ ୨ଟା ମଧ୍ୟରେ ପିଠାଖାଇ ଘାଟି ଅତିକ୍ରମ ସମୟରେ ବସଟି ଭାରସାମ୍ୟ ହରାଇ ଓଲଟି ଯାଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକ, ଫାୟାର ସର୍ଭିସ ଓ ୧୦୮ ଆମ୍ବୁଲାନ୍ସ ଟିମ୍ ମିଶି ଆହତମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ମେଡିକାଲକୁ ପଠାଇଥିଲେ ।

ମୃତଦେହଗୁଡ଼ିକୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ସେପଟେ ଘଟଣାସ୍ଥଳରେ ଦଶପଲ୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଡ୍ରାଇଭର ମଦ୍ୟପାନ କରି ଗାଡ଼ି ଚଳାଇଥିବା ଅଭିଯୋଗ ଉଠିଛି, ଯାହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ