ଟେକ୍-ହୋମ୍-ରାସନ୍ ଯୋଜନାରେ ସୁଦୃଢ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, 16।08: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ପାଇଁ ଉପଯୁକ୍ତ ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା (Monitoring & Evaluation System) କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବିଭିନ୍ନ ଯୋଜନାରେ ମୋଟ ୪୩,୯୨,୭୦୦ ହିତାଧିକାରୀଙ୍କୁ ବିଭିନ୍ନ ପୁଷ୍ଟି ଯୋଜନା ଅଧିନରେ ଟେକ୍-ହୋମ୍‌-ରେସନ୍‌ ରେ ଛତୁଆ ଓ ଅନ୍ୟାନ୍ୟ ଖାଦ୍ୟ ଦିଆଯାଉଛି। ରାଜ୍ୟର ୫୪୬ଟି ସ୍ୱୟଂ ସହାୟିକା ଗୋଷ୍ଠୀ ଜରିଆରେ ଛତୁଆ ଉତ୍ପାଦନ କରାଯାଇ ସେଗୁଡିକର ବଣ୍ଟନ କରାଯାଉଛି। ଅପପୁଷ୍ଟି ରୋକିବା ପାଇଁ ପରିପୂରକ ପୁଷ୍ଟି ଯୋଜନା (SNP), କିଶୋରୀ ବାଳିକାଙ୍କ ପୁଷ୍ଟି ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଆଦି ଯୋଜନା କାର୍ଯ୍ୟକାରୀ କରାଯାଉଛି।
ଛତୁଆର ପ୍ରସ୍ତୁତି ଠାରୁ ଆରମ୍ଭ କରି ପ୍ୟାକେଜିଙ୍ଗ୍, ବଣ୍ଟନ ପର୍ଯ୍ୟନ୍ତ ପୁରା ବ୍ୟବସ୍ଥାରେ ବ୍ୟାପକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଶିଶୁ ଓ ମହିଳା ମାନଙ୍କ ସ୍ୱାସ୍ଥ୍ୟ ରାଜ୍ୟର ବିକାଶ ପାଇଁ ସବୁଠାରୁ ଅଧିକ ଜରୁରୀ। ଏଥିରେ କୌଣସି ପରିସ୍ଥିତିରେ ଅଣଦେଖା କରି ହେବ ନାହିଁ। ତେଣୁ ଏହି ବ୍ୟବସ୍ଥାର ପ୍ରତ୍ୟେକ ସ୍ତରରେ ଉତ୍ତମ ତଦାରଖ ଓ ମୂଲ୍ୟାଙ୍କନ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରେ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ଆହ୍ୱାନର ଯେପରି ମୁକାବିଲା କରିପାରିବେ, ବିଭିନ୍ନ ପରିସ୍ଥିତିରେ ସେମାନଙ୍କ ମନୋବଳ ଯେପରି ଦୃଢ ରହିବ ସେଥିପାଇଁ ବିଭାଗ ପକ୍ଷରୁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଯେଉଁ ସବୁ ଜାଗାରେ ଅଙ୍ଗନବାଡୀ କେନ୍ଦ୍ରର ନିଜସ୍ୱ ଗୃହ ନାହିଁ, ସେସବୁ ଜାଗାରେ ଅଙ୍ଗନବାଡୀ କେନ୍ଦ୍ରର ନିଜସ୍ୱ ଗୃହ ନିର୍ମାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଆବଶ୍ୟକସ୍ଥଳେ ଅଙ୍ଗନବାଡୀ କେନ୍ଦ୍ର ପାଇଁ ଜମି କିଣିବା ପାଇଁ ବିଭାଗକୁ କହିଥିଲେ । ଏଥି ସହିତ ପୁରୁଣା ଅଙ୍ଗନବାଡୀ କେନ୍ଦ୍ର ଗୁଡିକର ମରାମତି ଓ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଓମ୍ବାଡସି ଓ ଡି.ଏମ୍.ଏଫ୍ ଜିଲ୍ଲା ଗୁଡିକରେ ଶତ ପ୍ରତିଶତ ଅଙ୍ଗନବାଡୀର ନିଜସ୍ୱ ଗୃହ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକ ହେଲେ ଏଥିପାଇଁ ଏହି ଦୁଇ ପାଣ୍ଠିରୁ ଅର୍ଥ ଯୋଗାଇ ଦିଆଯିବ।
ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାରେ ପିଲାମାନଙ୍କ ପୁଷ୍ଟିସାଧନ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ସେ କହିଥିଲେ। ପଡା ପୁଷ୍ଟି କାର୍ଯ୍ୟକ୍ରମରେ ଅଙ୍ଗନବାଡୀ କେନ୍ଦ୍ରକୁ ଯାଇ ପାରୁନଥିବା ପିଲାମାନଙ୍କ ପାଇଁ ସେମାନଙ୍କ ଘରେ ଠିକ୍ ସମୟରେ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଅଙ୍ଗନବାଡୀ କେନ୍ଦ୍ରର ପିଲାମାନଙ୍କୁ ଯୋଗାଇ ଦିଆଯାଉଥିବା ପୋଷାକ ଓ ଜୋତା ଯୋଗାଣରେ ରାଜ୍ୟର କ୍ଷୁଦ୍ର ଶିଳ୍ପ ଗୁଡିକୁ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ