ଟ୍ରକକୁ ପଛରୁ ଧକ୍କା ଦେଲା କଣ୍ଟେନର, 2 ମୃତ

କେନ୍ଦ୍ରାପଡା: ସିମେଣ୍ଟ ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଲା ଚିଙ୍ଗୁଡ଼ି ବୋଝେଇ କଣ୍ଟେନର । ଫଳରେ 2 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2 ଜଣ ଗୁରୁତର ରହିଛନ୍ତି । ସୋମବାର ସକାଳୁ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ରାସ୍ତାର କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କୁସୁନପୁର ଠାରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମୃତକ ଦ୍ୱୟ ହେଉଛନ୍ତି କେନ୍ଦ୍ରାପଡା ଜିଲ୍ଲା ତାଳଚୁଆ ଅଞ୍ଚଳର ରବିନ୍ଦ୍ର ଜେନା ଓ ଭଦ୍ରକ ବାସୁଦେବପୁର ଅଞ୍ଚଳର ଶାନ୍ତନୁ ଜେନା । ଦୁର୍ଘଟଣାରେ ଗୁରୁତର ଆହତ ହୋଇ କଟକ ସ୍ଥାନାନ୍ତର ହୋଇଥିବା ଦୁଇଜଣ ହେଉଛନ୍ତି ଭଦ୍ରକ ବାସୁଦେବପୁରର ସ୍ଵାଧୀନ ଦାସ ଓ ନୟାଗଡ଼ର ବୁଦ୍ଧିଆ ସାହୁ ।
ଆଜି ପ୍ରତ୍ୟୁଷରୁ ଏକ ଚିଙ୍ଗୁଡ଼ି ବୋଝେଇ କଣ୍ଟେନର କୁସୁନପୁର ଠାରେ ରାସ୍ତା କଡରେ ଅଟକିଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ।

ରବିବାର ରାତିରେ ଏକ ସିମେଣ୍ଟ ଟ୍ରକ୍ କୌଣସି କାରଣରୁ ଖରାପ ହୋଇଯିବା ପରେ ଉକ୍ତ ଗାଡ଼ିର ଡ୍ରାଇଇଭର ଗାଡିକୁ ସାଇଡ କରି ଦୁର୍ଘଟଣା ନଘଟିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରି ଗଛ ଡ଼ାଳ ଓ ସାଇଡ ଇଣ୍ଡିକେଟର ଦେଇ ଶୋଇଥିଲେ । ଆଜି ସକାଳୁ କଟକ ପଟରୁ ଆସୁଥିବା ଏକ ଚିଙ୍ଗୁଡ଼ି ଓ ମାଛ ଟ୍ରକ୍ ସେହି ଗାଡ଼ି ପଛରେ ପିଟିବା ପରେ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା ।’ ‘ସେଠାକୁ ଯାଇଥିଲୁ ଗାଡ଼ି ଭିତରୁ ସେମାନଙ୍କୁ ବାହାର କରିବା ସମ୍ଭବପର ନଥିଲା । ସଙ୍ଗେସଙ୍ଗେ ଡେରାବିଶ ଓ ନିଶ୍ଚିନ୍ତକୋଇଲି ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ସେମାନେ ଆସି ଗ୍ୟାସ କଟରରେ କାଟି ଡ୍ରାଇଭର ଓ ଅନ୍ୟମାନଙ୍କୁ ଉଦ୍ଧାର କରିଥିଲେ । ତେବେ ଉଦ୍ଧାର କରିବା ବେଳେ ଗାଡ଼ିରେ ବସିଥିବା ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଆମେ ଅନୁମାନ କରୁଥିଲୁ । ଉଦ୍ଧାର ପରେ ସେମାନଙ୍କୁ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ଡ଼ାକ୍ତର ଦୁଇଜଣଙ୍କ ମୃତ୍ୟୁ ହୋଇଥିବା କହିଥିଲେ । ଡ୍ରାଇଭର ଆଉ ହେଲପର ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଦୁଇଜଣଙ୍କୁ କଟକ ସ୍ଥାନାନ୍ତର କରାଗଲା ।’

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ