ଟ୍ରକ୍‌କୁ ପିଟିଲା ବସ୍‌, ୧୦ ଯାତ୍ରୀ ଗୁରୁତର

ଧର୍ମଶାଳା: ବ୍ରେକ୍ ଡାଉନ୍ ଟ୍ରକ ପଛ ପିଟି ହେଲା ନାଇଟ କୋଚ୍ ଯାତ୍ରୀବାହୀ ବସ। ବସରେ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗୋପାଳପୁର ନିକଟରେ ଘଟିଛି ।
ସୂଚନା ମୁତାବକ, ‘ସନା ଟ୍ରାଭେଲସ’ ନାମକ ଏକ ଯାତ୍ରୀବାହୀ ନାଇଟ କୋଚ ବସ ଭୁବନେଶ୍ୱରରୁ କଲିକତା ଅଭିମୁଖେ ଯାଉଥିଲା। ତେବେ ୧୬ନଂ ଜାତୀୟ ରାଜପଥର ଗୋପାଳପୁର ନିକଟରେ ରାଜପଥ ଉପରେ ପୂର୍ବରୁ ଛିଡା ହୋଇ ରହିଥିବା ଏକ ଟ୍ରକ ପଛ ପଟେ ଧକ୍କା ଦେଇଥିଲା। ଫଳରେ ଟ୍ରକରେ ଥିବା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଏବଂ ଅଗ୍ନିଶମ ବାହିନୀର କର୍ମଚାରୀମାନେ ସେମାନଙ୍କୁ ଗାଡି ଭିତରୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ମେଡିକାଲ ପଠାଯାଇଥିବା ସୂଚନା ମିଳିଛି। ତେବେ ଗାଡ଼ିରେ ଥିବା ଅନ୍ୟ ଯାତ୍ରୀମାନେ ସାମାନ୍ୟ ଆହତ ହୋଇଥିବା ବେଳେ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି। ଖବର ପାଇ ଧର୍ମଶାଳା ଓ କୁଆଖିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ