ଟ୍ରକ୍ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ପଛପଟୁ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି ।ସୂଚନା ଅନୁସାରେ, ଉଭୟେ ବାଇକ୍‌ରେ ସ୍କୁଲ ଯାଉଥିବା ବେଳେ ପଛପଟୁ ଆସିଥିବା ଏକ ଟ୍ରକ୍ ଧକ୍କା ଦେଇଥିଲା । ଧକ୍କା ପରେ ଉଭୟେ ଟ୍ରକ୍ ତଳେ ପଡ଼ିଯାଇଥିଲେ । ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଟ୍ରକ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଖବର ପାଇ କେନ୍ଦୁଝର ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଫେରାର ଟ୍ରକ୍‌କୁ ଧରିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି ।ପ୍ରାଥମିକ ତଦନ୍ତରୁ ମୃତକ ଦୁଇଜଣ ସ୍ୱାମୀ-ସ୍ତ୍ରୀ ବୋଲି ଜଣାପଡ଼ିଛି । ସେମାନେ ହେଲେ କାହ୍ନୁ ଚରଣ ମହାନ୍ତ ଓ ରଜନୀ ମହାନ୍ତ । ଉଭୟେ କେନ୍ଦୁଝର ସହରରେ ରହୁଥିଲେ ଏବଂ ରାଇସୁଆ ଶିଶୁ ମନ୍ଦିର ସ୍କୁଲରେ ଶିକ୍ଷକତା କରୁଥିଲେ । ଆଜି ସକାଳେ ସ୍କୁଲ ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ