ଟ୍ରାକ୍ଟର ଧକ୍କାରେ ମହିଳା ମୃତ

ଚିକିଟି: ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ରାସ୍ତାରେ ବୁଧବାର ସକାଳ ପ୍ରାୟ ୮ ଟା ସମୟରେ ଏକ ସାର ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ସ୍ବାମୀ ମଧ୍ୟ ଗୁରୁତର ଆହାତ ହୋଇଛନ୍ତି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଜକର ଗ୍ରାମର ପଦ୍ମା ସେଠୀ (୪୭)। ସ୍ବାମୀ ପ୍ରଦୀପଙ୍କ ସହ ବାଇକରେ ବସି ପଦ୍ମା ନିଜ ଗ୍ରାମରୁ ଚିକିଟିଗଡ଼ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବା ପାଇଁ ଯାଉଥିବା ବେଳେ ପଛପଟୁ ଆସୁଥିବା ଏକ ସାର ବୋଝେଇ ଟ୍ରାକ୍ଟର ଚିକିଟି ବସଷ୍ଟାଣ୍ଡ ନିକଟରେ ପଛପଟୁ ଧକ୍କା ଦେଇଥିଲା। ଫଳରେ ଉଭୟେ ରାସ୍ତାରେ ଛିଟ୍‌କି ପଡ଼ିଥିଲେ। ଉଭୟଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରଦୀପଙ୍କୁ ପ୍ରାଥମିକ ଚିକିତ୍ସାପରେ ତାଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଚିକିଟି ଫାଣ୍ଡି ଅଧିକାରୀ ଗୌତମ ସାହୁ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡିକୁ ଜବତ କରିବା ପରେ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲକୁ ପଠାଇଛନ୍ତି। ଟ୍ରାକ୍ଟର ଚାଳକ ଫେରାର ଥିବା ଜଣାପଡିଛି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର