ଟ୍ରେନ୍ ଦୁର୍ଘଟଣା ; ତଦନ୍ତ କରିବ ଉଚ୍ଚସ୍ତରୀୟ କମିଟି

ଚୌଦ୍ବାର ନିର୍ଗୁଣ୍ଡି ନିକଟରେ କେମିତି ଘଟିଲା ଟ୍ରେନ୍ ଦୁର୍ଘଟଣା, ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଉଚ୍ଚସ୍ତରୀୟ କମିଟି ଏହାର ତଦନ୍ତ କରିବ। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ଆସାମ ମୁଖ୍ୟମନ୍ତ୍ରୀ ମଧ୍ୟ ଟୁଇଟ୍ କରି ଚିନ୍ତାପ୍ରକଟ କରିଛନ୍ତି ।

ଟ୍ରାକରୁ ଖସିଲା ଟ୍ରେନ। କଟକରେ ଲାଇନଚ୍ୟୁତ ହୋଇଛି ଏକ୍ସପ୍ରେସ ଟ୍ରେନ । କଟକ ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ ଟ୍ରେନ ଆଜି ଦିନ ୧୧ଟା ୫୪ ମିନିଟରେ ଲାଇନଚ୍ୟୁତ ହୋଇଛି । ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆମ୍ବୁଲାନ୍ସ ଯୋଗେ ଆହତ ମାନଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଟ୍ରାକରୁ ଖସିଯାଇଛି ଟ୍ରେନର ୧୧ଟି ବଗି । କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ, ଗ୍ରାମାଞ୍ଚଳ ଏସପି ପ୍ରତୀକ ସିଂ ଏବଂ ରେଲୱେର ବରିଷ୍ଠ ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୂର୍ବତଟ ରେଳପଥ ପକ୍ଷରୁ ହେଲପଲାଇନ୍ ନମ୍ବର ଜାରି କରାଯାଇଛି। ଏହାସହ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବାକୁ ଗୌହାଟୀକୁ ଚାଲିଲା ସ୍ବତନ୍ତ୍ର ଟ୍ରେନ୍।

  • Related Posts

    ଆଇଏଏସ୍‌ସ୍ତରରେ ଅଦଳବଦଳ : ମହେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

    ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍‌ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ…

    Continue reading
    ଆସନ୍ତାକାଲି ବନ୍ଦ : ଜାଣନ୍ତୁ କ’ଣ ବନ୍ଦ ରହିବ ? କ’ଣ ଖୋଲା ରହିବ ?

    ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଘରୋଇ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପ ବନ୍ଦ ରହିବ । ସରକାରୀ ଓ ବେସରକାରୀ ଅଫିସ୍‌, ଶିକ୍ଷାନୁଷ୍ଠାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନର ସାଧାରଣ କାର୍ଯ୍ୟକଳାପ ବନ୍ଦ ପାଇଁ ଗଣତାନ୍ତ୍ରିକ ଭାବେ ପିକେଟିଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ