ଟ୍ରେନ ଧକ୍କାରେ ଦନ୍ତା ମୃତ

ବୈଶିଙ୍ଗା: ଶନିବାର ବିଳମ୍ବିତ ରାତିରେ ବେତନଟୀ ରେଞ୍ଜ ତଥା ବୈଶିଙ୍ଗା ଥାନା ଅଧୀନ ୧୮ନଂ ଜାତୀୟ ରାଜପଥ ପାର୍ଶ୍ୱ ଆଗ୍ରିଆ ଛକ ନିକଟରେ ଥିବା ରେଳ ଧାରଣାରେ ପଶ୍ଚିମବଙ୍ଗ ସାଲିମାରରୁ ଆସୁଥିବା ଦ୍ରୁତଗାମୀ ସାଲିମାର ଏକ୍ସପ୍ରେସ ଧକ୍କାରେ ଗୋଠ ଛଡା ଦନ୍ତା ହାତୀର ଶୋଚନୀୟ ମୃତ୍ୟୁ ଘଟିଛି ।
ସୂଚନା ଅନୁଯାୟୀ, ବେତନଟୀ ରେଞ୍ଜରେ ବିଭିନ୍ନ ସ୍ଥାନରେ ୨୦ରୁ ଅଧିକ ଝାଡ଼ଖଣ୍ଡୀ ହାତୀ ବିଚରଣ କରୁଥିବାବେଳେ ସେଥିମଧ୍ୟରୁ ଏକ ଗୋଠ ଛଡା ଦନ୍ତା ହାତୀ ସନ୍ଧ୍ୟାରେ ଜଙ୍ଗଲରୁ ବାହାରି ଚାଷ ଜମିରେ ବୁଲୁବୁଲୁ ଗ୍ରାମ ପାର୍ଶ୍ୱବର୍ତ୍ତୀ ହୋଇଥିଲା। ତେବେ ରାତି ପ୍ରାୟ ୧୧ଟା ୩୦ମିନିଟରେ ଦନ୍ତା ଶ୍ରବଣା ଗ୍ରାମ ଆଡୁ ଆସି ଆଗ୍ରିଆ ରେଲୱେ ଫାଟକ ନିକଟରେ ରେଳ ଧାରଣା ଅତିକ୍ରମ କରୁଥିବାବେଳେ ହଠାତ ସାଲିମାରରୁ ବାରିପଦା ଅଭିମୁଖେ ଯାଉଥିବା ଦ୍ରୁତଗାମୀ ସାଲିମାର ଏକ୍ସପ୍ରେସ ସମ୍ମୁଖରେ ପଡିଯାଇଥିଲା ଓ ହାତୀକୁ ଶକ୍ତ ଧକ୍କା ଦେଇଥିଲା ।ତେବେ ଘଟଣା ସ୍ଥଳରେ ହିଁ ହାତୀଟିର ଜୀବନ ଚାଲିଯାଇଥିଲା । ଅନ୍ୟପଟେ ଦୁର୍ଘଟଣା ପାଇଁ ଟ୍ରେନ ମଧ୍ୟ କିଛି ସମୟ ଅଟକି ରହିଛି। ଖବର ପାଇ ବନବିଭାଗର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ