ଡାକ୍ତରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ୟ୍ୟ କରୁଛନ୍ତି। ସୂଚନାଯୋଗ୍ୟ ଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ କେସ୍ ରୁଜ୍ଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। ତାଙ୍କୁ କାର୍ୟ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା। ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ୟ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ