ଡାକ୍ତର ଅଶୋକ ମହାପାତ୍ରଙ୍କ ବିୟୋଗରେ ଓଡ଼ିଶା ଜଣେ ସୁଦକ୍ଷ ଚିକିତ୍ସକଙ୍କୁ ହରାଇଲା – ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ବିଶିଷ୍ଟ ନ୍ୟୁରୋସର୍ଜନ୍ ତଥା ପଦ୍ମଶ୍ରୀ ସମ୍ମାନିତ ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଡା. ଅଶୋକ କୁମାର ମହାପାତ୍ର ଦେଶର ଜଣେ ପ୍ରଖ୍ୟାତ ସ୍ନାୟୁଶଲ୍ୟ ବିଶେଷଜ୍ଞ ଭାବେ ଦେଶ-ବିଦେଶରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ତାଙ୍କର ଦୀର୍ଘଦିନର ଡାକ୍ତରୀ ସେବା ଗରିବ ଲୋକଙ୍କ ପାଇଁ ସମର୍ପିତ ଥିଲା । ଦିଲ୍ଲୀ ଏମ୍ସ ଏବଂ ଭୁବନେଶ୍ୱର ଏମ୍ସ ଭଳି ପ୍ରତିଷ୍ଠିତ ଅନୁଷ୍ଠାନରେ ତାଙ୍କର ଅବଦାନ ଅତୁଳନୀୟ । ସେ ସ୍ୱାସ୍ଥ୍ୟ ସେବା ଓ ଶିକ୍ଷା କ୍ଷେତ୍ରକୁ ଏକ ନୂଆ ଦିଗଦର୍ଶନ ଦେଇଥିଲେ । ତାଙ୍କର ବିୟୋଗରେ ଓଡ଼ିଶା ଜଣେ ସୁଦକ୍ଷ ଚିକିତ୍ସକଙ୍କୁ ହରାଇଲା ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଡା. ମହାପାତ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି ।

  • Related Posts

    ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ ଗିରଫ

    ସମ୍ବଲପୁର:ଭିଜିଲାନ୍ସ ସପ୍ତାହ ନ ସରୁଣୁ ଲାଞ୍ଚ ନେଉଥିବା ସମୟରେ ବନ୍ଧା ହୋଇଛନ୍ତି ସମ୍ବଲପୁର-ତାଳଚେର ରେଳ ଦୋହରୀକରଣର ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ (ସ୍ପେସାଲ୍ ଏଲ୍ଏଓ) ଅଜୟ କୁମାର ଗଡ଼ନାୟକ (ଓଆର୍‌ଏସ୍) । ଜଣେ ବ୍ୟକ୍ତିଙ୍କ ଜମି ଅଧିଗ୍ରହଣ ଓ ନିର୍ମାଣାଧୀନ ଘରର ମୂଲ୍ୟ…

    Continue reading
    ବନ୍ୟା ଓ ବାତ୍ୟା ପ୍ରଭାବିତ ୩ ଜିଲ୍ଲା ପାଇଁ ୪ IAS ଅଧିକାରୀଙ୍କୁ ଦାୟିତ୍ୱ:ମନ୍ତ୍ରୀ

    ଭୁବନେଶ୍ୱର: ବନ୍ୟା ଓ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ କ୍ଷୟକ୍ଷତିର ସଠିକ୍ ଆକଳନ ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୪ ଜଣ ବରିଷ୍ଠ IAS ଅଧିକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି