ଡିସେମ୍ବର ୧୫ରେ ଓଏଏସ୍ ପ୍ରିଲିମ

ଭୁବନେଶ୍ୱର:  ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ  ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ ସର୍ଭିସ(ପ୍ରିଲିମିନାରୀ) ପରୀକ୍ଷା-୨୦୨୩ ଡିସେମ୍ବର ୧୫ତାରିଖ ରବିବାର କରିବା ପାଇଁ ଆପାତତଃ ସ୍ଥିର ହୋଇଛି । ଆୟୋଗଙ୍କ ଦ୍ୱାରା ପରୀକ୍ଷାର ବିସ୍ତୃତ କାର୍ୟ୍ୟସୂଚୀ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ଆକାରରେ ଜାରି କରାଯିବ । ଅଧିକ ସୂଚନା ପାଇଁ ପରୀକ୍ଷାର୍ଥୀମାନେ ଆୟୋଗଙ୍କ ୱେବସାଇଟକୁ ଯିବାକୁ ପରାମର୍ଶ ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ, ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଗତ ଅକ୍ଟୋବର ୨୭ତାରିଖରେ ପ୍ରସ୍ତାବିତ ପ୍ରିଲିମିନାରୀ ପରୀକ୍ଷାକୁ ଆୟୋଗ ସ୍ଥଗିତ ରଖିଥିଲେ । ପରୀକ୍ଷାର୍ଥୀଙ୍କୁ ଏହି ପରୀକ୍ଷା ପାଇଁ ଆଡମିଟ୍ ପ୍ରଦାନ କରାଯାଇ ସାରିଛି । ମୋଟ ୩୯୯ଟି ପ୍ରଶାସନିକ ପଦବୀ(ଓଏଏସ,ଓଏଫଏସ,ଓପିଏସ,ଓଆରଏସ) ପାଇଁ ଏହି ପ୍ରତିଯୋଗିତାମୂଳକ ପରୀକ୍ଷା ଅନୁଷ୍ଠିତ ହେବ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ