ଡିସେମ୍ବର ୫ରେ ମହାରାଷ୍ଟ୍ରରେ ଉତ୍ସବ

ଡିସେମ୍ବର ୫ରେ ଶପଥ ନେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ୨ ତାରିଖରେ ବିଧାୟକ ଦଳ ବୈଠକ ପରେ ୫ରେ ଶପଥ ସମାରୋହ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତା ଉପରୁ ଏଯାଏଁ ପରଦା ହଟିନି।
ବିଜେପି ପକ୍ଷରୁ ପ୍ରକାଶ ସୂତ୍ର ରିପୋର୍ଟ ଅନୁସାରେ, ଡିସେମ୍ବର ୨ରେ ମହାୟୁତିର ବିଧାୟକ ଦଳ ବୈଠକ ବସିବ। ଏଥିରେ ପାର୍ଟି ମୁଖିଆ କିଏ ହେବେ ସେନେଇ ନିଷ୍ପତ୍ତି ନିଆଯିବ। ଏହାପରେ ଗୁରୁବାର (ଡିସେମ୍ବର ୫)ରେ ମୁମ୍ବାଇର ଆଜାଦ ମୈଦାନରେ ଶପଥ ଉତ୍ସବ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
ଗୁରୁବାର ମହାୟୁତି ମେଣ୍ଟର ସଦସ୍ୟ ଦଳର ପ୍ରମୁଖ ନେତା ବିଜେପିର ଦେବେନ୍ଦ୍ର ଫଡନାଭିସ୍, ଶିବସେନାର ଏକନାଥ ସିନ୍ଦେ ଏବଂ ଏନସିପିର ଅଜିତ ପାୱାର ଦିଲ୍ଲୀରେ ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବା ପରେ ମୁମ୍ବାଇ ଫେରିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ପଦ ବଣ୍ଟନ ନେଇ ଆଲୋଚନା ହୋଇଥିଲା। ଏହାପରେ ମୁମ୍ବାଇରେ ଶୁକ୍ରବାର ବିଧାୟକ ଦଳ ବୈଠକ ବସିବାର ଥିଲା। ମାତ୍ର କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗାଁକୁ ଚାଲିଯିବାରୁ ବୈଠକ ବାତିଲ ହୋଇ ଯାଇଥିଲା।

ନୂଆ ସରକାରରେ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବାରୁ ସିନ୍ଦେ ଅପସେଟ୍ ଥିବା ଚର୍ଚ୍ଚା ହେଉଛି। ଏହି କାରଣରୁ ସେ ଗାଁକୁ ଚାଲି ଯାଇଥିବା କୁହାଯାଉଥିଲା। ମାତ୍ର ଦଳ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ସୋମବାର ବିଧାୟକ ଦଳ ବୈଠକରେ ସେ ଯୋଗଦେବେ। ଯଦି ବ୍ୟକ୍ତିଗତ ଭାବେ ଉପସ୍ଥିତ ହୋଇ ନ ପାରିଲେ, ତେବେ ଭିଡିଓ କନଫେରେନ୍ସିଂ ଜରିଆରେ ଯୋଗଦେବେ।

୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ୨୩୦ଟି ଆସନ ସହ ବିଜୟୀ ହୋଇଛି। ଏଥିରେ ବିଜେପି ଏକାକୀ ୧୩୨ଟି ଆସନ ଜିତି ଥିବାବେଳେ ଶିବସେନା ୫୭ ଏବଂ ଏନସିପି ୪୧ଟିରେ ବିଜୟୀ ହୋଇଛି।

  • Related Posts

    ଅଧିନାୟକ ପଦ ଛାଡିଲେ ହରମନପ୍ରୀତ

    ନୂଆଦିଲ୍ଲୀ : ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦ ଛାଡିଛନ୍ତି। ସେ ମଙ୍ଗଳବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସ୍ମୃତି ମନ୍ଧାନା ନୂତନ ଅଧିନାୟକ ଭାବରେ ହରମନପ୍ରୀତଙ୍କ ସ୍ଥାନ ନେବେ ବୋଲି…

    Continue reading
    ବ୍ୟାରିକେଡ୍ ଉପରେ ଚଢି ଆକାଶବାଣୀ ଭବନରେ ପଶିଲେ ରାହୁଲ

    ନୂଆଦିଲ୍ଲୀ:  ବିରୋଧି ସାଂସଦଙ୍କ ‘ସେଭ ଡେମୋକ୍ରାସି’ ମାର୍ଚ୍ଚ ମଙ୍ଗଳବାର ସକାଳେ ସଂସଦ ଭବନରୁ ଆରମ୍ଭ ହୋଇଥିଲା। ନିର୍ବାଚନ ସଦନ (ଇସିଆଇ) ମୁଖ୍ୟାଳୟ ଆଡକୁ ବଢିଥିଲା, କିନ୍ତୁ ଦିଲ୍ଳୀ ପୋଲିସ ରାସ୍ତାରେ ବ୍ୟାରିକେଡ୍ କରି ପଦଯାତ୍ରାକୁ ରୋକିଥିଲା। ରୋକିବା ପରେ କଂଗ୍ରେସ ସାଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ