ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି

କଟକ: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍‌/ତା୧୯.୫.୨୦୨୬ ଆଧାରରେ ଏହା କରାଯାଇଥିବା ଓପିଏସ୍‌ସି ପକ୍ଷରୁ ବୁଧବାର ବିଜ୍ଞପ୍ତି ମାଧ୍ୟମରେ ଦର୍ଶାଯାଇଛି। ଏହି ପଦବୀ ନିମନ୍ତେ ପ୍ରାପ୍ତ ହୋଇଥିବା ସମସ୍ତ ଆବେଦନଗୁଡ଼ିକୁ ବାତିଲ କରାଯାଇଛି। ପ୍ରାର୍ଥୀମାନଙ୍କ ଦ୍ୱାରା ଦାଖଲ ହୋଇଥିବା ଦେୟ ଅର୍ଥ ଆଗାମୀ ୨୦ ଦିନ ମଧ୍ୟରେ ଅରିଜିନାଲ ମୋଡ୍‌ ଅଫ୍‌ ପେମେଣ୍ଟକୁ ଫେରସ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ