ଡ୍ରେନରେ ପଡି ଚାଲିଗଲା ଯୁବକଙ୍କ ଜୀବନ

ଦଶପଲ୍ଲା : ଡ୍ରେନରେ ପଡି ଚାଲିଗଲା ଯୁବକଙ୍କ ଜୀବନ। ଦଶପଲ୍ଲା ଏନଏସି ଅନ୍ତର୍ଗତ ସାଇ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି।ସୂଚନାନୁଯାୟୀ, କୃଷ୍ଣଚନ୍ଦ୍ର ପାଟଣା ଗ୍ରାମର ରବି ନାହାକ (୪୧ ବର୍ଷ)ଶ୍ରମିକ ଭାବେ କାର୍ୟ୍ୟ କରୁଥିଲେ। ସୋମବାର ବିଳମ୍ବିତ ରାତିରେ ସେ ଘରକୁ ଫେରୁଥିବା ବେଳେ ଅସାବଧାନତା ଯୋଗୁଁ ଡ୍ରେନରେ ମୁହଁ ମାଡି ଖସି ପଡିଥିଲେ। ଫଳରେ ତାଙ୍କ ମୁହଁ ଆଖି ଓ ମୁଣ୍ଡରେ ଗଭୀର ଆଘାତ ଲାଗି ଜୀବନ ଚାଲି ଯାଇଥିଲା। ସେହି ରାସ୍ତାରେ ଗାଁ ଲୋକ ଯିବା ସମୟରେ ଡ୍ରେନ୍ ଭିତରେ ରବି ପଡି ରହିଥିବା ଦେଖିଥିଲେ । ପରିବାର ଲୋକ ଓ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରିବା ବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏ ସମ୍ପର୍କରେ ପରିବାର ଲୋକ ଦଶପଲ୍ଲା ଥାନାକୁ ଜଣାଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲା। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂଚନା ଦେଇଛି। ଏ ଘଟଣାରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

  • Related Posts

    ୧୧ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ: ୫ଜଣଙ୍କ କାଏମ

    ଦେବଗଡ଼:୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ହେଉଛି।ଯାହାକୁ ନେଇ ବର୍ତ୍ତମାନ ଦେବଗଡ ଜିଲ୍ଲାର ବିଭିନ୍ନ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇପଡିଛି।ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଥିବା‌ବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ…

    Continue reading
    ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

    ଦେବଗଡ଼:ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀ ତଥା ରାଜ୍ୟ ଯୋଗାଣ ବିଭାଗର ଏମଡି କେ ସୁଦର୍ଶନ ଚକ୍ରବର୍ତ୍ତୀ ୨ ଦିନିଆ ଦେବଗଡ ଗସ୍ତରେ ଆସି ଆଜି ପୌରାଚଂଳ,ତିଲେଇବଣି ଏବଂ ବାରକୋଟ ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଶ୍ରୀ ଚକ୍ରବର୍ତ୍ତୀ ଜିଲ୍ଲା ମୁଖ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ