
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ପ୍ରକାଶ କରିଛନ୍ତି । ଶ୍ରୀ ପଣ୍ଡା କହିଛନ୍ତି ଯେ, ଡ. ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି । ସେ ୧୩ ତାରିଖ ଦିନ ଭୁବନେଶ୍ୱରରେ ପହଁଞ୍ଚôବା ପରେ ଉକ୍ରଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ । ୧୪ ତାରିଖ ଦିନ କଟକସ୍ଥିତ ଜବାହାରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥିରୂପେ ଯୋଗ ଦେଇ ଉଦ୍ବୋଧନ ଦେବେ । ସେହି ଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟକରି ଭୁବନେଶ୍ୱର ଫେରି ଆସିବେ । ଏହାପରେ ୧୫ ତାରିଖ ଦିନ ଡ.ଭାଗବତ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ।