ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ପ୍ରକାଶ କରିଛନ୍ତି । ଶ୍ରୀ ପଣ୍ଡା କହିଛନ୍ତି ଯେ, ଡ. ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି । ସେ ୧୩ ତାରିଖ ଦିନ ଭୁବନେଶ୍ୱରରେ ପହଁଞ୍ଚôବା ପରେ ଉକ୍ରଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ । ୧୪ ତାରିଖ ଦିନ କଟକସ୍ଥିତ ଜବାହାରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥିରୂପେ ଯୋଗ ଦେଇ ଉଦ୍ବୋଧନ ଦେବେ । ସେହି ଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟକରି ଭୁବନେଶ୍ୱର ଫେରି ଆସିବେ । ଏହାପରେ ୧୫ ତାରିଖ ଦିନ ଡ.ଭାଗବତ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ।

  • Related Posts

    କାଳବୈଶାଖୀର ତାଣ୍ଡବ : ବ୍ୟାପକ କ୍ଷୟକ୍ଷତି

    କ୍ଷତିପୂରଣ ଦାବିରେ ଦେବଗଡ଼ – ଅନୁଗୁଳ ଜାତୀୟ ରାଜପଥ ରାସ୍ତାରୋକ ଦେବଗଡ଼: ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ପ୍ରଭାବରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। କ୍ଷତିପୂରଣ ଦାବିରେ ଦେବଗଡ଼ – ଅନୁଗୁଳ ଜାତୀୟ ରାଜପଥରେ ବହୁ କ୍ଷତିଗ୍ରସ୍ତ ପରିବାର…

    Continue reading
    ରାଇକିଆ ମଣ୍ଡଳର ସାଂଗଠନିକ ବୈଠକ ଅନୁଷ୍ଠିତ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ଭାଜପା ମଣ୍ଡଳ ପକ୍ଷରୁ ଦଡିଙ୍ଗିଆ ପଂଚାୟତ ପିସେରାମା ଠାରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂଗଠନର ସୁଦୃଢୀକରଣ, ଆଗାମୀ କାର୍ଯ୍ୟକ୍ରମର ରୂପରେଖା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ