ତାମିଲନାଡ଼ୁରେ ୫ ଓଡ଼ିଆ ମୃତ

ଭୁବନେଶ୍ୱର: ତାମିଲନାଡ଼ୁ ଗ୍ୟାସ ଟ୍ରାଜେଡିରେ ୨ ନୁହେଁ ମୋଟ ୫ ଜଣ ଓଡ଼ିଆଙ୍କ ମୃତୁ୍ୟ ହୋଇଛି । ଶ୍ରମମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଏନେଇ ସୋମବାର ସୂଚନା ଦେଇଛନ୍ତି ।

ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଛନ୍ତି। ଯେପରି ଓଡ଼ିଆ ଶ୍ରମିକ ମାନଙ୍କ ଉପଯୁକ୍ତ ଚିକିତ୍ସା ହୋଇ ପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳିପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି। ସେଠାରେ ତୁରନ୍ତ ସମନ୍ୱୟ ରକ୍ଷା କରିବା ସହ ଓଡ଼ିଆ ଶ୍ରମିକ ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବା ପାଇଁ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁର ଅଭିମୁଖେ ଯାତ୍ରା କରିଛନ୍ତି।

ସୂଚନାଯୋଗ୍ୟ ଯେ, ରବିବାର ତାମିଲନାଡୁ ତିରୁଭଲ୍ଲୁର ଜିଲ୍ଲା ପେରିୟାପାଲାୟମ୍ ନିକଟସ୍ଥ କନ୍ନିଗାଇପେୟାର୍ ଗ୍ରାମରେ ଥିବା ‘ସେଣ୍ଟ ପିଟର୍ସ ଆଣ୍ଡ ପଲ୍ ସିଫୁଡ୍ସ ଏକ୍ସପୋର୍ଟସ୍’ରେ ହଠାତ୍ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିଲା। କାରଖାନାରେ ଲାଗିଥିବା ଏକ ଭାଲ୍ପ ଖରାପ ହୋଇଯିବାରୁ ସେଥିରୁ ପ୍ରବଳ ମାତ୍ରାରେ ବିଷାକ୍ତ ଆମୋନିଆ ଗ୍ୟାସ୍ ନିର୍ଗତ ହୋଇଥିଲା। ଗ୍ୟାସ୍ ନିର୍ଗତ ହେବା ପରେ ସେଠାରେ କାମ କରୁଥିବା ଶ୍ରମିକମାନେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିଥିଲେ ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading
    ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ