ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ

ନୂଆଦିଲ୍ଲୀ: ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ବହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବିମାନ ଉଡାଣ ମଧ୍ୟ ପ୍ରଭାବିତ ହୋଇଛି।ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବ ଯୋଗୁ ଦକ୍ଷିଣ ଭାରତ ସେମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ତାମିଲନାଡୁର ସମୁଦ୍ର କୂଳରେ ବଡ଼ ଲହର ଉଠୁଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ସ୍କାଏମେଟ ପାଣିପାଗ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲୋପ୍ରେସର୍‌ ଯୋଗୁ ଶ୍ରୀଲଙ୍କାର ଅନେକ ସ୍ଥାନରେ ବର୍ଷା ହୋଇଛି। ଜାଫ୍ନା ଏବଂ ମୁଲାଇତିଭୁରେ ପ୍ରବଳ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ତାମିଲନାଡୁରେ ମଧ୍ୟ ବର୍ଷା ଦେଖାଯାଉଛି। ତେବେ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ଦେଖିବାକୁ ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

  • Related Posts

    ଏନକାଉଣ୍ଟର, ଆତଙ୍କୀ ନିପାତ

    ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାବଳଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କୀ ନିହତ ହୋଇଛି । ଆଉ ୨ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କାରେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଦକ୍ଷିଣ କାଶ୍ମୀର କୁଲଗାମ ଜିଲ୍ଲା ଅଖଲ ଜଙ୍ଗଲରେ ଆତଙ୍କବାଦୀଙ୍କ ଉପସ୍ଥିତି…

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି ବାରାଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । ଏହା ସହିତ ବାରଣାସୀରେ ବିଭିନ୍ନ ପ୍ରକଳ୍ପ ଭେଟି ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’