ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ

ନୂଆଦିଲ୍ଲୀ: ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ବହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବିମାନ ଉଡାଣ ମଧ୍ୟ ପ୍ରଭାବିତ ହୋଇଛି।ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବ ଯୋଗୁ ଦକ୍ଷିଣ ଭାରତ ସେମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ତାମିଲନାଡୁର ସମୁଦ୍ର କୂଳରେ ବଡ଼ ଲହର ଉଠୁଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ସ୍କାଏମେଟ ପାଣିପାଗ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲୋପ୍ରେସର୍‌ ଯୋଗୁ ଶ୍ରୀଲଙ୍କାର ଅନେକ ସ୍ଥାନରେ ବର୍ଷା ହୋଇଛି। ଜାଫ୍ନା ଏବଂ ମୁଲାଇତିଭୁରେ ପ୍ରବଳ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ତାମିଲନାଡୁରେ ମଧ୍ୟ ବର୍ଷା ଦେଖାଯାଉଛି। ତେବେ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ଦେଖିବାକୁ ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଦିଲ୍ଲୀ ହୋଟେଲ ନିଆଁରେ ୨୧ ମୃତ

    ଦକ୍ଷିଣ ଦିଲ୍ଲୀର ମାଲବୀୟ ନଗରର ଗୋଟିଏ ହୋଟେଲରେ ଘଟିଥିବା ଭୟଙ୍କ ଅଗ୍ନିକାଣ୍ଡ ୨୧ ଜଣଙ୍କ ଜୀବନ ନେଇଛି। ସେହିପରି ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡରେ ଆହତ ହୋଇଥିବା ୮ ଜଣ ଏବେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି। ମୃତାହତଙ୍କ ମଧ୍ୟରେ ରହିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ