ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୩ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ବିଷୟରେ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରି ଯେପରି ଓଡ଼ିଆ ଶ୍ରମିକ ମାନଙ୍କ ଉପଯୁକ୍ତ ଚିକିତ୍ସା ହୋଇ ପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳି ପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି।

ସେଠାରେ ତୁରନ୍ତ ସମନ୍ୱୟ ରକ୍ଷା କରିବା ସହ ଓଡ଼ିଆ ଶ୍ରମିକ ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବା ପାଇଁ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁର ଅଭିମୁଖେ ଯାତ୍ରା କରିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ