
ଦେବଗଡ:ତିଲେଇବଣି ପଂଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡ ଯୋଗ ଦେଇ ୧୮ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଅଭିଯୋଗ ମଧ୍ୟରେ ୪ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୁହିକ ଅଭିଯୋଗ ରହିଥିଲା। ଜନସାଧାରଣ ରାସ୍ତା ନିର୍ମାଣ,ଷ୍ଟ୍ରିଟ୍ ଲାଇଟ୍, ପୋଲ ଓ ନଳକୂପ ମରାମତି ତଥା ବିଭିନ୍ନ ସମସ୍ୟା ସଂପର୍କରେ ଜିଲ୍ଲାପାଳ ଓ ଏସପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଶିବିରରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ଉପଜିଲ୍ଲାପାଳ ରଶ୍ମୀ ରଞ୍ଜନ ମହନ୍ତ,ଏସିଏଫ୍ ସ୍ବାଧିନତା ସାହାଣୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ,ଡେପୁଟି କଲେକ୍ଟର ଅଞ୍ଜୁନୀ କୂଜୁର,ଦେବଗଡ ତହସିଲଦାର କର୍ଣ୍ଣ ମଲ୍ଲିକ୍,ତିଲେଇବଣି ବ୍ଲକ ବିଡିଓ ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।






