ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଜୟପୁର: ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି । ନୂଆରେ ଦାୟିତ୍ୱ ଗ୍ରହଣ କରିଥିବା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଏବଂ ବରିଷ୍ଠ ଅଧିକାରୀମାନେ ସହର ଉପକଣ୍ଠ ବାଙ୍କବିଜା ପଡ଼ିଆ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନି । ଆଜି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଶ୍ରୀ ମହାଜନ, ଉପଜିଲ୍ଲାପାଳ ଏ.ଶଶ୍ୟା ରେଡ୍ଡୀ, ଏସ୍‌ପି ରୋହିତ ବର୍ମା, ଏସ୍‌ଡିପିଓ ପାର୍ଥ ଜଗଦୀଶ କଶ୍ୟପ ପ୍ରମୁଖ ରେଲୱେ ଷ୍ଟେସନ ନିକଟ ବାଙ୍କବିଜା ପଡ଼ିଆ ପରିଦର୍ଶନ କରିଥିଲେ । ଏଠାରେ ମୁଖ୍ୟମନ୍ତ୍ରୀଙ୍କ ସଭା ହୋଇପାରେ । ଅଞ୍ଚଳ ପରିଦର୍ଶନ ସହ ସୁରକ୍ଷା, ଟ୍ରାଫିକ୍‌ ନିୟନ୍ତ୍ରଣ ଏବଂ ଅନ୍ୟାନ୍ୟ ପ୍ରସ୍ତୁତି ବାବଦରେ ଆଲୋଚନା କରିଥିଲେ ।

  • Garvita Odia

    Related Posts

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ଭୁବନେଶ୍ବର: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ୟାତନା । ନାରୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସଂସଦ ଭବନ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ତଳେ ବିଜେଡି ସାଂସଦମାନେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ ବଢି ଚାଲିଥିବା ନାରୀ ନିର୍ୟାତନା ଏବଂ…

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

    ଭୁବନେଶ୍ବର : ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ । ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି । ତଳିଆ ଅଞ୍ଚଳରେ ଯେଉଁଠି ସବୁ ପାଣି ଅଛି ଆଗାମୀ ଦିନରେ ତାହା ନିଷ୍କାସନ ହୋଇଯିବ । ବର୍ତ୍ତମାନ କୌଣସି ସ୍ଥାନରେ ସମସ୍ୟା ନାହିଁ…

    Leave a Reply

    Your email address will not be published. Required fields are marked *

    You Missed

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ ମାନସ ମଙ୍ଗରାଜ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ  ମାନସ ମଙ୍ଗରାଜ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା