ତେଲେଙ୍ଗାନାରେ ବିସ୍ଫୋରଣ: ଓଡ଼ିଆ ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଆର୍ଥିକ ସହାୟତା

ଭୁବନେଶ୍ବର: ତେଲେଙ୍ଗାନାର ସଙ୍ଗାରେଡ୍ଡି ଜିଲ୍ଲାରେ ଗତ ମାସ ୩୦ ତାରିଖ ଦିନ ଔଷଧ କାରଖାନାରେ ଘଟିଥିବା ବିସ୍ଫୋରଣରେ ମୃତ ୮ ଜଣ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ବୋଲି କହିଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ମାସ ୩୦ ତାରିଖ ଦିନ ଆନୁମାନିକ ପୂର୍ବାହ୍‌ଣ ୯ଟାରେ ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାର ଏକ ଔଷଧ କାରଖାନାରେ ବଡ଼ଧରଣର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ପ୍ରାୟ ୩୦ ଜଣ ଶ୍ରମିକ ଆହତ ହୋଇଥିଲେ। ମୃତକମାନଙ୍କ ମଧ୍ୟରେ ୮ ଜଣ ଓଡ଼ିଆ ଶ୍ରମିକ ଥିଲେ। ଏହି ଘଟଣା ନେଇ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଥିଲେ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିଲେ। ଆହତମାନଙ୍କର ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ