ତ୍ରିକୋଣୀୟ ପ୍ରେମରୁ ଥାର୍ ଚଢାଇ ହତ୍ୟା ଅଭିଯୋଗ, ୫ ଅଟକ

ଭୁବନେଶ୍ଵର : ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥାର୍ ଚଢାଇ ଯୁବକଙ୍କୁ ହତ୍ୟା। ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା କରୁଥିଲେ ଅଭିଯୁକ୍ତ। ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ୫ ଜଣଙ୍କୁ ଅଟକ ରଖି ତନାଘନା କରୁଛି ପୁଲିସ। ତ୍ରିକୋଣୀୟ ପ୍ରେମରୁ ଥାର୍ ଚଢାଇ ହତ୍ୟା କରାଯାଇଥିବା ଡିସିପି ପ୍ରତିକ୍ରିୟା ଦେଇଛନ୍ତି।
ସୂଚନାନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ନୀଳାଦ୍ରି ବିହାର ଅଞ୍ଚଳରେ ଏଟିଏମ୍ ଛକ ନିକଟରେ ୩ ଜଣ ଯୁବକ ବାଇକ୍ ରେ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଥାର୍ ଗାଡ଼ି ପଛପଟୁ ଧକ୍କା ଦେଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଥିଲେ। ମୃତ ଯୁବକଙ୍କ ଘର ଖୋର୍ଦ୍ଧା ଜିଲ୍ଲା କାଇପଦର ଅଞ୍ଚଳରେ। ଏନେଇ ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ଚନ୍ଦ୍ରଶେଖରପୁର ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଛାନଭିନ୍ ଆରମ୍ଭ କରିଛି। ପୁଲିସ ଏହି ମାମଲାରେ ଥାର ଗାଡିକୁ ଜବତ କରିବା ସହ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତ୍ରିକୋଣୀୟ ପ୍ରେମରୁ ଥାର୍ ଗାଡ଼ି ସାହାଯ୍ୟରେ ବାଇକ୍ ଆରୋହୀଙ୍କୁ ଚଢ଼ାଇ ହତ୍ୟା କରାଯାଇଥିବା ଡିସିପି ପ୍ରତିକ୍ରିୟା ରଖିଛନ୍ତି।..

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ