ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ୟ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ ଯାଇଥିଲେ।ସୂଚନା ଯୋଗ୍ୟ ଯେ, ଦେଶବ୍ୟାପୀ ଚଳିତ ମାସରେ ଏହି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେଉଛି। ବ୍ରହ୍ମପୁର ଛକଠାରୁ ଏକ ଖୋଲା ଜିପ୍‌ରେ ମୁଖ୍ୟମନ୍ତ୍ରୀ ହାତରେ ଜାତୀୟ ପତାକା ଧରି ଏହି ଶୋଭାଯାତ୍ରା ଆରମ୍ଭ କରିଥିଲେ। ଶହ ଶହ ବାଇକରେ ହାତରେ ଜାତୀୟ ପତାକା ସହ ଭାରତ୍ ମାତା କି ଜୟ ଧ୍ୱନୀ କରି ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସ୍ଥାନେ ସ୍ଥାନେ ମହିଳାମାନେ ପୁଷ୍ପ ଓ ଦୀପ ସହିତ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଓ ବନ୍ଦାପନା କରିଥିଲେ। ତ୍ରିରଙ୍ଗା ଶୋଭାଯାତ୍ରା ଶେଷରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ବିବୃତ୍ତିରଖି କହିଥିଲେ ଯେ, ଆମ ଜାତୀୟ ପତାକା ତ୍ରିରଙ୍ଗା ହେଉଛି ଆମ ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ। ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନରେ ଦେଶବ୍ୟାପୀ ପୁରପଲ୍ଲୀରେ ମଧ୍ୟ ଏହି ଶୋଭାଯାତ୍ରା ଆୟୋଜନ କରାଯାଉଛି। ଏହି ଶୋଭାଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆମ ଜାତୀୟ ପତାକାକୁ ସମ୍ମାନ ଓ ସୁରକ୍ଷା ପ୍ରଦାନ କରିବା । ଏହା ରାଷ୍ଟ୍ରଭକ୍ତି ପାଇଁ ଏକ ସଚେତନତା ଅଭିଯାନ। ଏହି ଶୋଭାଯାତ୍ରା ଆମ ଦେଶର ରାଷ୍ଟ୍ରୀୟ ଏକତା ବୃଦ୍ଧି କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହି ଶୋଭାଯାତ୍ରାରେ କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ସ୍ଥାନୀୟ ଲୋକ ପ୍ରତିନିଧି ଏବଂ ହଜାର ହଜାର ଜନ ସାଧାରଣ ଯୋଗ ଦେଇଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ