ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଡଠାରେ ବାଚସ୍ପତି

ଭୁବନେଶ୍ୱର : ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥାରେ ଗଣତନ୍ତ୍ରକୁ ଅନେକ ନୂତନ ଆହ୍ୱାନର ସାମ୍ନା କରିବାକୁ ପଡ଼ୁଛି । ପ୍ରଯୁକ୍ତିବିଦ୍ୟା ବଦଳୁଛି ଏବଂ ଅନୁଷ୍ଠାନଗୁଡ଼ିକ ମଧ୍ୟ ପରିବର୍ତ୍ତିତ ହେଉଛି । କି;ୁ ଗଣତନ୍ତ୍ର ପ୍ରତ୍ୟେକ ନାଗରିକଙ୍କ ପାଇଁ ସମାନତା ସୁନିଶ୍ଚିତ କରିବା ଆବଶ୍ୟକ ଏବଂ ଏହି ନୀତି କେବେବି ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି ।

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ଆୟୋଜିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀର ‘ସୁଗମ୍ୟ ସଂସଦ: ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅନ୍ତର୍ଭୁକ୍ତିକରଣ’ କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ ଋଷି ଅଷ୍ଟବକ୍ରଙ୍କ ଉଦାହରଣ ଦେଇ କହିଛନ୍ତି ଯେ ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ । ଭାରତୀୟ ଗଣତନ୍ତ୍ରରେ ମଧ୍ୟ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି । ୨୦୨୪ ସାଧାରଣ ନିର୍ବାଚନରେ ୯୦ ଲକ୍ଷରୁ ଅଧିକ ଦିବ୍ୟାଙ୍ଗ ବ୍ୟକ୍ତି ଭୋଟର ଭାବରେ ପଞ୍ଜୀକୃତ ହୋଇଥିଲେ । ଏବେ ସଂସଦ ଓ ବିଧାନସଭାର ଡିଜିଟାଇଜେସନ୍‌ କରାଯାଉଛି ଏବଂ ଏହା ସେମାନଙ୍କ ପ୍ରତିନିଧିତ୍ୱ ଏବଂ ଯୋଗଦାନକୁ ଅଧିକ ସୁନିଶ୍ଚିତ କରିପାରିବ । ସରକାରଙ୍କ ଦ୍ୱାରା ପ୍ରଣିତ ‘ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅଧିକାର ଆଇନ, ୨୦୧୬’ ଦିବ୍ୟାଙ୍ଗମାନଙ୍କ ପାଇଁ ସମାନତା, ସୁଗମ୍ୟତା ଏବଂ ଅଂଶଗ୍ରହଣ ପାଇଁ ଅବସର ଆଣିଦେଇଛି ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି ।
ବାଚସ୍ପତି ଶ୍ରୀମତୀ ପାଢ଼ୀ ଆହୁରି ମଧ୍ୟ କହିଛନ୍ତି ଯେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ ‘ବାଣୀଶ୍ରୀ ବୃତ୍ତି’ ଏବଂ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶାରେ ମଧ୍ୟ ସହାୟକ ଉପକରଣ, ଦକ୍ଷତା ବିକାଶ, ପୁନର୍ବାସ, ସ୍ୱତନ୍ତ୍ର ଶିକ୍ଷା, ସାମାଜିକ ସୁରକ୍ଷା, କ୍ରୀଡ଼ା ଏବଂ ଜୀବିକା ନିର୍ବାହର ସୁଯୋଗ ପାଇଁ ସହାୟତା ଯୋଗାଇ ଦିଆଯାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି ।
ଏହି ଅବସରରେ ଝାଡ଼ଖଣ୍ଡର ବାଚସ୍ପତି ଶ୍ରୀ ରବିନ୍ଦ୍ରନାଥ ମହାତୋ, ରାଜ୍ୟସଭା ସାଂସଦ ସି. ସଦାନନ୍ଦନ ମାଷ୍ଟର, ମହାରାଷ୍ଟ୍ର ବିଧାନ ପରିଷଦର ଅଧ୍ୟକ୍ଷ ପ୍ରଫେସର ରାମ ସିନ୍ଧେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
ଏଠାରେ ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀରେ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ସହ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଯୋଗଦେଇଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ