ଦନ୍ତା ହାତୀ ଗୋଡେଇ ଗୋଡେଇ ମାରିଲା

ଦନ୍ତା ହାତୀ ଗୋଡ଼ାଇ ଗୋଡ଼ାଇ ଭୁଷି ମାରିଦେଲା। ଏପରି ଘଟଣା କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ଘଟିଛି। ଦନ୍ତା ହାତୀ ଆକ୍ରମଣରେ ‌ଗୋଟିଏ ମାଖନା ହାତୀର ପ୍ରାଣ ଯାଇଛି।
ଗତ କିଛି ଦିନ ହେଲା ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ଓ ଆଖପାଖ ଅଞ୍ଚଳରେ ଦୁଇଟି ହାତୀ ପଲ ଉତ୍ପାତ କରୁଛନ୍ତି। ଗୋଟିଏ ପଲରେ ୪୦ଟି ହାତୀ ଥିବା ବେଳେ ଅନ୍ୟ ପଲରେ ୧୫ଟି ହାତୀ ଅଛନ୍ତି। ସଞ୍ଜ ନଇଁବା ପରେ ହାତୀ ପଲ ଗ୍ରାମ୍ୟ ଜଙ୍ଗଲରୁ ଆସି କ୍ଷେତରୁ ଧାନ ଖାଉଛନ୍ତି ଓ ଦଳି ଚକଟି ନଷ୍ଟ କରୁଛନ୍ତି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ ଶୁକ୍ରବାର ରାତିରେ ଦୁଇ ହାତୀ ପଲ ଏକାଠି ହୋଇ ଧାନ ଫସଲ ଖାଉଥିଲେ।
ଧାନ ଫସଲ ଖାଉଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡ଼ିଲା ଗୋଟିଏ ମାଖନା ମାଖନା ହାତୀ(ଅଣ୍ଡିରା ବା ମାଈ ନୁହେଁ)। ତେଣୁ ଦନ୍ତା ହାତୀଟି ତାକୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ମାଖନା ହାତୀର ପେଟରେ ଦାନ୍ତ ଭୁଷି ହତ୍ୟା କରିଛି ଦନ୍ତା ହାତୀ। ସେପଟେ ଗାଁ ଲୋକେ କହିଛନ୍ତି, ଶୁକ୍ରବାର ରାତିରେ ହାତୀଙ୍କ ଗର୍ଭନ ଶୁଣିବାକୁ ମିଳିଥିଲା। ଆଜି ସକାଳେ ଗାଁ ଲୋକେ ହାତୀ ମୃତ୍ୟୁ ନେଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଗାଁରେ ପହଞ୍ଚି ହାତୀର ମୃତଦେହ ବ୍ୟବଚ୍ଛେଦ କରି ପୋତି ଦେଇଛି। ଏବେ ହାତୀ ପଲ ଆଖପାଖ ଜଙ୍ଗଲରେ ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ