ଦରଦାମ ନିୟନ୍ତ୍ରଣ କ୍ଷେତ୍ରରେ ସରକାର ସମ୍ପୂର୍ଣ ବିଫଳ : ବିଜୁ ଜନତା ଦଳ

ଭୁବନେଶ୍ୱର : ଅତ୍ୟାବଶକୀୟ ଜିନିଷର ଅହେତୁକ ଦର ବୃଦ୍ଧି ପ୍ରସଙ୍ଗରେ ବିଜୁ ଜନତା ଦଳ ତରଫରୁ ଜାନୁଆରୀ ୬ ତାରିଖରେ ଲୋକସେବା ଭବନ ସମ୍ମୁଖରେ ଏକ ଗଣ ବିକ୍ଷୋଭ ହେବାକୁ ଥିବା ବେଳେ, ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଯୁବ ସଭାପତି ବ୍ୟୋମକେଶ ରାୟ ଓ ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି।
ଶ୍ରୀମତୀ ଛୁରିଆ କହିଥିଲେ, ଅତ୍ୟାବଶକୀୟ ଜିନିଷର ଦରବୃଦ୍ଧି ଜନ ସାଧାରଣଙ୍କୁ ଅତିଷ୍ଟ କଲାଣି। ଲୋକେ ତ୍ରାହି ତ୍ରାହି ଡାକିଲେଣି। ଡବଲ ଇଂଜିନ ଡବଲ ବିକାଶର ନାରା ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟରେ ଆସିଥିବା ବିଜେପି ସରକାର ଦରଦାମ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ ବିଫଳ ହୋଇଛନ୍ତି। ମୁଦ୍ରାସ୍ପିତି ବୃଦ୍ଧିରେ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଖୁଚୁରା ମୁଦ୍ରାସ୍ପିତି ନଭେମ୍ବର ମାସରେ ୫.୪୮ ପ୍ରତିଶତକୁ ଛୁଇଁଛି, ଯାହା ଗତ ନଅ ମାସରେ ସବୁଠାରୁ ଅଧିକ। ଖାଦ୍ୟ ସାମଗ୍ରୀ ଗୁଡିକର ମୁଦ୍ରାସ୍ପିତି ନଭେମ୍ବର ମାସରେ ୯.୪ ପ୍ରତିଶତ ରହିଛି, ଯାହା ମଧ୍ୟ ସର୍ବାଧିକ। ପନିପରିବା ଦର ଗତ ଅଗଷ୍ଟ ମାସରେ ୩୫. ୯୯ ପ୍ରତିଶତ ବୃଦ୍ଧି ପାଇଥିଲା। ସେହିପରି ଗ୍ରାମାଞ୍ଚଳରେ ମୁଦ୍ରାସ୍ପିତି ମଧ୍ୟ ୬. ୬୮ ପ୍ରତିଶତକୁ ଛୁଇଁଛି। ଦେଶରେ ବିଜେପି ସରକାରଙ୍କ ଦ୍ୱାରା ଆରମ୍ଭ କରା ଯାଇଥିବା ଉଜ୍ବଳା ଯୋଜନା ମହିଳା ମାନଙ୍କୁ ଧୂଆଁରୁ ମୁକ୍ତି ମିଳିବ ବୋଲି କୁହା ଯାଇଥିଲା ହେଲେ ପରବର୍ତ୍ତୀ ସମୟରେ ଏହା ଏକ ନିବାଚନୀ ଧୂଆଁବାଣ ଥିଲା ବୋଲି ଜଣା ପଡ଼ିଥିଲା।

ସେପଟେ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ କହିଥିଲେ, ଓଡ଼ିଶାର ମୁଦ୍ରାସ୍ପିତି ମଧ୍ୟ ଚିନ୍ତା ଜନକ ଭାବେ ବୃଦ୍ଧି ପାଇଛି। ଓଡିଶାର ମୁଦ୍ରାସ୍ପିତି ୬. ୭୮ ପ୍ରତିଶତ ରହିଥିବା ବେଳେ, ଏହା ଦେଶର ସମସ୍ତ ରାଜ୍ୟ ମାନଙ୍କ ତୁଳନାରେ ତୃତୀୟ ସ୍ଥାନରେ ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ରାଜ୍ୟ ମାନଙ୍କ ଭିତରେ ମୁଦ୍ରାସ୍ପିତି ବୃଦ୍ଧି ତାଲିକାରେ ପ୍ରଥମ ଆଠଟି ରାଜ୍ୟ ମଧ୍ୟରେ ସାତଟି ବିଜେପି ଶାସିତ ରାଜ୍ୟ ରହିଛନ୍ତି। ଛତିଶଗଡ଼, ବିହାର, ଓଡିଶା ଓ ୟୁପି ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଥିଲା ବେଳେ ପଞ୍ଚମ ସ୍ଥାନରେ ଅଣ ବିଜେପି ଶାସିତ ରାଜ୍ୟ ଭାବେ କେରଳ ରହିଛି। ମଧ୍ୟ ପ୍ରଦେଶ, ଗୁଜରାଟ ଓ ହରିଆନା ଯଥାକ୍ରମେ ଷଷ୍ଠ, ସପ୍ତମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି।

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

    ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି