ଦଳୀୟ ନେତୃବୃନ୍ଦଙ୍କ ପାଇଁ ଫତୱା: ମତଦେବା ପୂର୍ବରୁ ପରାମର୍ଶ ନିଅନ୍ତୁ

ଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ପୂର୍ବାବସ୍ଥା ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି। ପିସିସି ଭାବେ ଦାୟିତ୍ୱ ନେବା ପରେ ସଭାପତି ଭକ୍ତ ଚରଣ ଦାସ ଏବେ ଦଳୀୟ କର୍ମୀଙ୍କ ପାଇଁ ଏକପ୍ରକାରର ଫତଓ୍ୱା ଜାରି କରିଛନ୍ତି। ସିଧାସିଧା ଗଣମାଧ୍ୟମରେ କଂଗ୍ରେସ ନେତାଙ୍କ ନିଜସ୍ୱ ମତ ଦଳର ଭାବମୂର୍ତ୍ତିକୁ କ୍ଷତି ପହଞ୍ଚାଉଛି ବୋଲି ସେ କହିଛନ୍ତି। ଏଥି ସହ ସବୁ ନେତୃବୃନ୍ଦ ଦଳର ନିଷ୍ପତ୍ତିକୁ ଅନୁସରଣ କରିବାକୁ ଅନୁରୋଧ କରିଛନ୍ତି।

ପିସିସି ସଭାପତି ଭକ୍ତ ଦାସ ଗୁରୁବାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, କେତେକ ନେତୃବୃନ୍ଦ ସେମାନଙ୍କର ନିଜସ୍ୱ ମତ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଦେଉଛନ୍ତି। ଏହା ଦ୍ବାରା କଂଗ୍ରେସ ଦଳର ଆଭିମୁଖ୍ୟଠାରୁ ଭିନ୍ନ ହେଉଛି। ଫଳରେ ଏହା ଦଳର ଭାବମୂର୍ତ୍ତିକୁ କ୍ଷତି ପହଞ୍ଚାଉଛି। ତେଣୁ ସବୁ ନେତୃବୃନ୍ଦ ଦଳର ନିଷ୍ପତ୍ତିକୁ ଅନୁସରଣ କରିବାକୁ ହେବ।
ଅନ୍ୟପଟେ କୌଣସି ଘଟଣା ସମ୍ପର୍କରେ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ମତ ଦେବା ପୂର୍ବରୁ କଂଗ୍ରେସ ନେତାମାନେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନଚେତ୍ ମିଡିଆ କମିଟି ଅଧ୍ୟକ୍ଷଙ୍କ ସହ ପରାମର୍ଶ କରିବେ। କୌଣସି ଘଟଣା ସମ୍ପର୍କରେ ଦଳର ଆଭିମୁଖ୍ୟ କଣ ରହିବ, ସେ ସମ୍ପର୍କରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦମାନେ ଗଣମାଧ୍ୟମକୁ ଯିବା ପୂର୍ବରୁ ସେମାନଙ୍କର ମତାମତ ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କୁ ପ୍ରଦାନ କରିବେ ବୋଲି ଏହି ଚିଠିରେ କହି ନେତାଙ୍କୁ ତାଗିଦ୍ କରିଛନ୍ତି ପିସିସି ମୁଖିଆ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ