ଦିଲ୍ଲୀରୁ ଫେରିଲେ ନବୀନ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ଵତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଛନ୍ତି। ସେଠାରୁ ସେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ନବୀନ ନିବାସକୁ ଯାଇଛନ୍ତି।

ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ନବୀନ ଓଡିଶା ଫେରିଛନ୍ତି। ବିଭିନ୍ନ ସାମାଜିକ, ବ୍ୟକ୍ତିଗତ କାର୍ୟ୍ୟକ୍ରମ ପାଇଁ ସେ ଦିଲ୍ଲୀ ଗସ୍ତ କରିଥିଲେ। ଦିଲ୍ଲୀସ୍ଥିତ ବାସଭବନରେ ୧ ମାସର ରହଣି ମଧ୍ୟରେ ନବୀନ, ନିଜ ପରିବାର ସଦସ୍ୟ ଏବଂ ସାଙ୍ଗସାଥୀଙ୍କୁ ଭେଟିବା ସହ ବହି କିଣିବା ଏବଂ ପଢିବାରେ ନିଜ ସମୟ ବିତାଇଥିଲେ। ତାଙ୍କ ଫେରିବା ଗୁରୁତ୍ଵପୂର୍ଣ୍ଣ ରହିଥିଲା। ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ସେପ୍ଟେମ୍ବର ମାସ ୭ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯାଇଥିଲେ । ଉପ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନ ନୂଆଦିଲ୍ଲୀ ଯାଇଥିଲେ । ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଦଳୀୟ ନେତା ସହ ଆଲୋଚନା ଏବଂ ବିଭିନ୍ନ ସାମାଜିକ ଓ ବ୍ୟକ୍ତିଗତ କାର୍ୟ୍ୟକ୍ରମରେ ସାମିଲ ହେବା ପାଇଁ ନୂଆଦିଲ୍ଲୀ ଯାଉଥିବା ନବୀନ ସୂଚନା ଦେଇଥିଲେ । ନୂଆଦିଲ୍ଲୀରେ ନବୀନ ପ୍ରଥମେ ଦଳୀୟ ସାଂସଦଙ୍କ ସହିତ ଆଲୋଚନା କରିଥିଲେ । ପରବର୍ତ୍ତୀ ସମୟରେ ସେ ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଥିଲେ ।ସେପ୍ଟେମ୍ବର ୨୭ ତାରିଖରେ ନବୀନ ନୂଆଦିଲ୍ଲୀର ବିକାନେର ହାଉସରେ ଆୟୋଜିତ ‘ହାର୍ଟ ବିଟ୍ସ’ ବନ୍ୟଜନ୍ତୁ ସଂରକ୍ଷଣ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ଏସୀୟ ବନ୍ୟପ୍ରାଣୀ ଟ୍ରଷ୍ଟ ଏବଂ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ପ୍ରତିଷ୍ଠାତା ତଥା ପଦ୍ମଭୂଷଣ ଡକ୍ଟର ରାମକାନ୍ତ ପଣ୍ଡାଙ୍କ ଦ୍ଵାରା ଆୟୋଜିତ ଏହି ପ୍ରଦର୍ଶନୀରେ ସେ ସାମିଲ ହୋଇଥିଲେ ।
ଦଳ ପକ୍ଷରୁ ଗତକାଲି ଆୟୋଜିତ ପଦଯାତ୍ରା କାର୍ୟ୍ୟକ୍ରମ ପ୍ରଥମ ଥର ପାଇଁ ନବୀନ ସାମିଲ ହୋଇନଥିଲେ । ଏହାକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଥିଲା । ସେପଟେ ନୂଆପଡା ଉପନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି । କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀ ଘୋଷଣା କରିନାହିଁ । ନୂଆପଡା ନିର୍ବାଚନରେ ବିଜେଡିର ପ୍ରାର୍ଥୀ କିଏ ହେବେ ସେନେଇ ଚର୍ଚ୍ଚା ଲାଗି ରହିଛି । ନବୀନ ଓଡିଶା ଫେରିଥିବାରୁ ଖୁବଶୀଘ୍ର ପ୍ରାର୍ଥୀ ନାଁ ଘୋଷଣା ହେବ ବୋଲି ସମ୍ଭାବନା ସୃଷ୍ଟି ହୋଇଛି ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ