ଦିଲ୍ଲୀରେ ଦୁଷ୍କର୍ମ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ: ଦିଲ୍ଲୀରେ ନାବାଳିକାଙ୍କୁ ନେଇ ବାରମ୍ବାର ଘଟୁଥିବା ଦୁଷ୍କର୍ମ ମାମଲାକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀ ପୁଲିସ ଏବଂ ସରକାରଙ୍କୁ ସୁପ୍ରିମକୋର୍ଟ କହିଛନ୍ତି ଯେ ଏଭଳି ଘଟଣାଗୁଡ଼ିକ ସାଧାରଣ ନାଗରିକଙ୍କ ସୁରକ୍ଷା ଦେବାରେ ପ୍ରଶାସନିକ ଏବଂ ବ୍ୟବସ୍ଥାଗତ ବିଫଳତାର ପ୍ରମୁଖ ପ୍ରମାଣ ଦେଉଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଜେ.ବି. ପାର୍ଦିୱାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ପାର୍କ କିମ୍ବା ବସ୍ ଭଳି ସାର୍ବଜନୀନ ସ୍ଥାନଗୁଡ଼ିକ ଅତ୍ୟାଧୁନିକ ଆଲୋକୀକରଣ ଏବଂ ସୁରକ୍ଷା ବ୍ୟବସ୍ଥାର ଅଭାବରୁ ସେଗୁଡ଼ିକ ‘ଅତ୍ୟଧିକ ବିପଜ୍ଜନକ ଅଞ୍ଚଳ’ ପାଲଟିଛି। କେବଳ ସମବେଦନା ଜଣାଇଲେ ସମାସ୍ୟାର ସମାଧାନ ହେବ ନାହିଁ, ବରଂ ଏଥିପାଇଁ ଏକ ଦୃଢ଼ ଏବଂ ଠୋସ୍ ପଦକ୍ଷେପ ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ରଖିଛନ୍ତି। ଅନ୍ୟପଟେ ସୁରକ୍ଷାରେ ତ୍ରୁଟିକୁ ଦୃଷ୍ଟିରେ ରଖି ଦିଲ୍ଲୀ ଉପରାଜ୍ୟପାଳ ସହରର ସମସ୍ତ ପାର୍କଗୁଡ଼ିକର ସୁରକ୍ଷା ଅଡିଟ୍ କରିବାକୁ ନିର୍ଦେଶ ଦେଇଛନ୍ତି। ସେହିପରି ପାର୍କ ଏବଂ ପ୍ରମୁଖ ସ୍ଥାନଗୁଡ଼ିକରେ ପୁଲିସ ମୁତୟନ କରିବାକୁ ମଧ୍ୟ ପଦକ୍ଷେପ ନିଆଯିବାକୁ କୁହାଯାଇଛି।
ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ୨୦୧୨ର ମର୍ମନ୍ତୁଦ ‘ନିର୍ଭୟା’ ମାମଲାକୁ ମଧ୍ୟ ମନେ ପକାଇଛନ୍ତି। ସୂଚନାଥାଉ କି ଗତ ଦୁଇ ସପ୍ତାହ ମଧ୍ୟରେ ଦିଲ୍ଲୀରେ ୪ଟି ଦୁଷ୍କର୍ମ ମାମଲା ଘଟିଛି। ସେପ୍ଟେମ୍ବର ୧୦ରେ ସ୍ୱରୂପନଗରରେ ଜଣେ ୧୭ ବର୍ଷର ନାବାଳିକାଙ୍କୁ ଗଣଦୁଷ୍କର୍ମ, ସେପ୍ଟେମ୍ବର ୧୪ରେ ସେଣ୍ଟ୍ରାଲ୍ ଦିଲ୍ଲୀରେ ଜଣେ ୬ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ, ସେପ୍ଟେମ୍ବର ୧୭ରେ ସଦରବଜାରରେ ଜଣେ ୧୧ ବର୍ଷର ନାବାଳିକାକୁ ଦୁଷ୍କର୍ମ, ସେପ୍ଟେମ୍ବର ୨୧ରେ ପାର୍କରେ ପୁଲିସ ପରିଚୟ ଦେଇ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ଗ୍ରେଟ୍ ନୋଏଡ଼ାରୁ ଦିଲ୍ଲୀ ଆସୁଥିବା ଏକ ଚଳନ୍ତା ବସ୍‌ରେ ମଧ୍ୟ ଜଣେ ୧୬ ବର୍ଷର ଛାତ୍ରୀ ଦୁଷ୍କର୍ମର ଶିକାର ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ