ଦିଲ୍ଲୀରେ ପ୍ରଦୂଷଣ ଯୋଗୁ ଅଣନିଶ୍ୱାସୀ ଲୋକେ

ନୂଆଦିଲ୍ଲୀ:  ବଢ଼ି ଚାଲିଛି ପ୍ରଦୂଷଣ। ଚାରିଆଡେ ଧୂଆଁ ଧୂଆଁ। କିଛି ବି ହେଉନି ଦୃଶ୍ୟମାନ। ଗ୍ୟାସ୍‌ ଚାମ୍ପର ପାଲଟିଛି ଦେଶର ରାଜଧାନୀ ଦିଲ୍ଲୀ। ଚାରିଆଡେ ଘନ କୁହୁଡିର ଚାଦର ଢ଼ାଙ୍କି ହୋଇ ରହିଛି। ଲୋକେ ପ୍ରଦୂଷଣ ଯୋଗୁ ଅଣନିଶ୍ୱାସୀ ହୋଇପଡିଛନ୍ତି। ଆଜି ସକାଳୁ ଏଭଳି କିଛି ରହିଛି ଦିଲ୍ଲୀର ହାଲ୍‌।ସକାଳୁ ଦିଲ୍ଲୀ-ଏନ୍‌ସିଆର୍‌, ପଞ୍ଜାବ ଓ ଉତ୍ତରପ୍ରଦେଶ ସମେତ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳରେ ଭୟଙ୍କର କୁହୁଡ଼ି ଦେଖିବାକୁ ମିଳିଛି। ଏଥିଯୋଗୁ ଦୃଶ୍ୟମାନତା ଯଥେଷ୍ଟ ହ୍ରାସ ପାଇଛି। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ସକାଳ ୬ ଟାରେ ୧୦୦ ମିଟର ଦୃଶ୍ୟମାନ ହୋଇଥିବାବେଳେ ପଞ୍ଜାବର ହିଣ୍ଡନ ବିମାନବନ୍ଦର ଏବଂ ଅମୃତସର ବିମାନ ବନ୍ଦରରେ ଜିରୋ ଭିଜିବିଲିଟି ରେକର୍ଡ କରାଯାଇଛି। ଲୋକେ ରାସ୍ତାରେ ଗାଡ଼ିର ହେଡଲାଇଟ୍ ଜଳାଇ ଯାତାୟତ କରୁଛନ୍ତି।ସେପଟେ କୁହୁଡ଼ି ସମୟ ପ୍ରଦୂଷଣ ମାତ୍ରା ମଧ୍ୟ ଲଗାତର ବଢ଼ି ଚାଲିଛି। ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳରେ ବାୟୁର ଗୁଣବତ୍ତା ଲଗାତର ହ୍ରାସ ପାଉଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ ଜାତୀୟ ରାଜଧାନୀରେ ବାୟୁ ଗୁଣବତ୍ତା ବୁଧବାର ମଧ୍ୟ ‘ଅତ୍ୟନ୍ତ ଖରାପ’ ବର୍ଗରେ ରହିଛି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ