ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ : ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଏମ୍‌ସ ଯାଇ ପୀଡିତାଙ୍କୁ ଦେଖିଛନ୍ତି। ସେଠାରେ ପୀଡିତାଙ୍କ ଦାଦାଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ ଡାକ୍ତରଙ୍କଠାରୁ ମଧ୍ୟ ପୀଡିତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ସାଂସଦମାନେ ପୀଡିତାଙ୍କୁ ଦେଖିବା ସହ ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ସହଯୋଗ କରିବାକୁ ଆଶ୍ବାସନା ଦେଇଛନ୍ତି ।

ଗତ ଶନିବାର ଦିନ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ବଳଙ୍ଗା ଥାନା ଅର୍ନ୍ତଗତ ଗୋପିନାଥପୁର ପଞ୍ଚାୟତର ବାଇବର ନୂଆ ଗୋପାଳପୁର ଗାଁରେ ଜଣେ ୧୫ ବର୍ଷ ବୟସ୍କା ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କୁ ତୁରନ୍ତ ଭୁବନେଶ୍ବର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପୀଡିତାଙ୍କ ଶରୀର ୭୫ ଭାଗ ଜଳିଯାଇଥିବା ଡାକ୍ତର କହିଥିଲେ । ତେବେ ଅଧିକ ଚିକିତ୍ସା ପାଇଁ ରବିବାର ଦିନ ପୀଡିତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା । ଦିଲ୍ଲୀ ଏମ୍‌ସରେ ପୀଡିତାଙ୍କ ଚିକିତ୍ସା ଜାରି ରହିଛି । ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା ଗତକାଲି ଦିଲ୍ଲୀ ଏମ୍‌ସ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଥିଲା । ଆଜି ବିଜେଡି ସାଂସଦମାନେ ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଦାଦାଙ୍କୁ ଭେଟି ତାଙ୍କୁ ଆଶ୍ବାସନା ପ୍ରଦାନ କରିଛନ୍ତି । ପୀଡିତା ଖୁବ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ।

  • Garvita Odia

    Related Posts

    ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

    ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ । ଧନଖଡ ତାଙ୍କ ଇସ୍ତଫା ପଛରେ ତାଙ୍କ ସ୍ୱାସ୍ଥ୍ୟ କାରଣ ଦର୍ଶାଇଛନ୍ତି । ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଧନଖଡଙ୍କ ଇସ୍ତଫା ପରେ, ବିରୋଧୀ ଏବେ…

    ଏବିଭିପି ଯୋଜନା କରି ଫସେଇ ଦେଇଛି:ଉଦିତ ପ୍ରଧାନ

    ଭୁବନେଶ୍ୱର: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା