ଦିଲ୍ଲୀ ଗସ୍ତରେ ନବୀନ

ଭୁବନେଶ୍ୱର: ୭ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ସେ ଭୁବନେଶ୍ୱରରୁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ରାଜନୈତିକ କାର୍ୟ୍ୟକ୍ରମ ତୁଳନାରେ ପାରିବାରିକ କାରଣ ପାଇଁ ହୋଇଥିବା ସୂଚନା ମିଳିଛି । ନିଜ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ଏବଂ ତାଙ୍କ ସହ ସମୟ ବିତାଇବା ପାଇଁ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ନବୀନ ପଟ୍ଟନାୟକ ପ୍ରାୟ ୭ ଦିନ ଦିଲ୍ଲୀରେ ରହିବେ । ଏହି ସମୟ ମଧ୍ୟରେ ସେ ନିଜ ଭାଇଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଡାକ୍ତରମାନଙ୍କ ସହ ଆଲୋଚନା କରିପାରନ୍ତି । ତେବେ ଦିଲ୍ଲୀ ଗସ୍ତ ସମୟରେ କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବ୍ୟକ୍ତିବିଶେଷଙ୍କ ସହ ମଧ୍ୟ ତାଙ୍କର ସାକ୍ଷାତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

ଓଡ଼ିଶା ରାଜନୀତିରେ ନବୀନ ପଟ୍ଟନାୟକଙ୍କ ପ୍ରତ୍ୟେକ ଗସ୍ତ ଓ କାର୍ୟ୍ୟକ୍ରମ ଉପରେ ନଜର ରହୁଥିବାବେଳେ, ଏଥରର ଦିଲ୍ଲୀ ଗସ୍ତକୁ ନେଇ ମଧ୍ୟ ବିଭିନ୍ନ ମହଲରେ ଆଲୋଚନା ଜୋର ଧରିଛି । ଦୀର୍ଘ ଦିନ ଧରି ଓଡ଼ିଶା ରାଜନୀତିର କେନ୍ଦ୍ରବିନ୍ଦୁ ରହିଆସିଥିବା ନବୀନ ପଟ୍ଟନାୟକଙ୍କ ଏହି ଦିଲ୍ଲୀ ଗସ୍ତ ଏବେ ରାଜନୈତିକ ଓ ସାମାଜିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି । ଆଗାମୀ ସାତ ଦିନ ମଧ୍ୟରେ ତାଙ୍କର କୌଣସି ରାଜନୈତିକ ବୈଠକ କିମ୍ବା ଗୁରୁତ୍ୱପୂର୍ଣ୍ଣ ସାକ୍ଷାତକାର ହେଉଛି କି ନାହିଁ, ସେଥିପ୍ରତି ମଧ୍ୟ ସମସ୍ତଙ୍କ ନଜର ରହିଛି ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ