ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାରଠାରୁ ନୂଆଦିଲ୍ଲୀରେ ଚାରିଦିନିଆ ଗସ୍ତ ଆରମ୍ଭ କରିବେ। ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ସରକାରର ପ୍ରଥମ ବର୍ଷର କାର୍ୟ୍ୟଦକ୍ଷତା ରିପୋର୍ଟ ଉପସ୍ଥାପନ କରିବେ ଏବଂ ଭବିଷ୍ୟତ ଯୋଜନା ବିଷୟରେ ଆଲୋଚନା କରିବେ।
ଏହି ଗସ୍ତର ମୁଖ୍ୟ ଆକର୍ଷଣ ହେଉଛି ମୁଖ୍ୟମନ୍ତ୍ରୀ ମାଝୀଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ଏକାନ୍ତ ବୈଠକ, ଯେଉଁଥିରେ ସେ ଜୁନ ୧୨ ତାରିଖରେ ଓଡ଼ିଶା ସରକାରର ପ୍ରଥମ ବାର୍ଷିକୀ ଉତ୍ସବରେ ଯୋଗଦେବା ପାଇଁ ମୋଦିଙ୍କୁ ଔପଚାରିକ ଭାବେ ନିମନ୍ତ୍ରଣ କରିବେ।
ଏହି ଉତ୍ସବରେ ରାଜ୍ୟର ଅଗ୍ରଗତି ଏବଂ ବିଭିନ୍ନ କଲ୍ୟାଣ ଓ ବିକାଶମୂଳକ କାର୍ୟ୍ୟକ୍ରମର ସଫଳ ରୂପାୟନକୁ ପ୍ରଦର୍ଶନ କରାଯିବ।ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମାଝୀ ମେ ୨୪ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗର ଶାସନ ପରିଷଦ ବୈଠକରେ ଯୋଗଦେବେ ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମଧ୍ୟ ଅଂଶଗ୍ରହଣ କରିବେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ