ଦିଲ୍ଲୀ ଫେରିଗଲେ ଗୃହମନ୍ତ୍ରୀ

ଭୁବନେଶ୍ଵର:ଦିନିକିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ ସ୍ଵତନ୍ତ୍ର ବାୟୁସେନା ବିମାନରେ ଦିଲ୍ଲୀ ଫେରିଛନ୍ତି । ତେବେ ଓଡ଼ିଶାରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ । ଏହାପରେ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଦେଢ଼ ଘଣ୍ଟାରୁ ଅଧିକ ସମୟ ଧରି ଦଳୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ । ଏହାପରେ ସେ ସେ ପୁଣିଥରେ ଦିଲ୍ଲୀ ଫେରିଥିବାବେଳେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ବିମାନ ବନ୍ଦରରେ ଦିଆଯାଇଥିଲା ।
ଅମିତ ଶାହ ୩୨୭୫ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ସହ ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟର ଲୋକାର୍ପଣ କରିଛନ୍ତି । ଏଥିରେ ଦିନକୁ ପ୍ରାୟ ୨ ହଜାର ଟନ୍ ସଲ୍ଫୁରିକ୍ ଏସିଡ୍ ଉତ୍ପାଦନ ହେବ । ବର୍ଷକୁ ୬ ଲକ୍ଷ ମେଟ୍ରିକ୍ ଟନ୍ ସଲଫୁରିକ୍ ଏସିଡ୍ ଆମେ ବିଦେଶରୁ ଆମଦାନୀ କରୁ । ଏହି ପ୍ଳାଣ୍ଟ ସଂପୂର୍ଣ୍ଣ କାର୍ୟ୍ୟକାରୀ ହେଲେ ଦେଶକୁ ଆଉ ଆମଦାନୀ କରିବାକୁ ପଡିବ ନାହିଁ । କଟକରେ ସିଆଇଏସଏଫର ୭୫ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଯୋଗ ଦେଇଥିଲେ । ଏହି ଅବସରରେ ସେ କହିଥିଲେ, ସିଆଇଏସଏଫ୍ ଆଧୁନିକତାକୁ ଆପଣେଇଛି ଓ ପରମ୍ପରାକୁ ଜାବୁଡ଼ି ଧରିଛି । ଦେଶର ୭୦ ବିମାନବନ୍ଦର ସହ ୩୬୧ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାର ସୁରକ୍ଷା ଦାୟିତ୍ୱ ନିଷ୍ଠାର ତୁଲାଉଛି । ୨୦୪୭ ବିକଶିତ ଭାରତ ପାଇଁ ସିଆଇଏସଏଫର ଭୂମିକା ଗୁରୁତ୍ୱପୂର୍ଣ୍ଣ । ପାରାଦୀପ ପ୍ଲାଣ୍ଟ କୃଷିକ୍ଷେତ୍ରକୁ ବଡ଼ ସହାୟକ ହେବ ବୋଲି କହିଥିଲେ । ଓଡ଼ିଶାର ନୂତନ ସମବାୟ ନୀତି ମଧ୍ୟ ସେ ଉନ୍ମୋଚିତ କରିଥିଲେ । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଥିଲେ । ନ୍ୟାୟ ସଂହିତା ପ୍ରଦର୍ଶନୀର ଉଦଘାଟନ ମଧ୍ୟ କରିଥିଲେ ଶାହ ।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ