ଦିଲ୍ଲୀ ଷ୍ଟେସନରେ ଦଳାଚକଟା:୧୮ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟାରେ ୧୮ ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ । ମହାକୁମ୍ଭ ଯିବା ନିମନ୍ତେ ଲୋକଙ୍କ ବିଶାଳ ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ଓ ରେଳବାଇ କର୍ତ୍ତୃପକ୍ଷଙ୍କ ବିଫଳତା ନୂଆଦିଲ୍ଲୀ ରେଳ ଷ୍ଟେସନକୁ ଶ୍ମଶାନରେ ପରିଣତ କରିଛି। ଦଳାଚକଟାରେ ଅନ୍ୟୂନ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଗତକାଲି ରାତିରେ କୁମ୍ଭ ମେଳା ଯିବା ପାଇଁ ଯାତ୍ରୀଙ୍କ ଭିଡ଼ ଯୋଗୁଁ ଦଳାଚକଟା ହୋଇଥିବା କୁହାଯାଉଛି। ମୃତାହତମାନଙ୍କୁ ଲୋକନାୟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଦିଲ୍ଲୀ ଏଲ୍‌ଜି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରେଳ ଷ୍ଟେସନରେ ପହଞ୍ଚିଥିଲେ। ଦଳଚକଟା ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଏହାସହ ରେଳଷ୍ଟେସନରେ ଜମାହୋଇଥିବା ଲୋକଙ୍କ ପାଇଁ ୪ଟି ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ଆହୁରି ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥିତି ନିୟନ୍ତ୍ରଣକୁ ଆସିଥିବା ରେଳ ମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ଚନ୍ଦ୍ରବାବୁଙ୍କ ଘୋଷଣା: ‘ଅମରାବତୀ’ ଏବେ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ

    ନୂଆଦିଲ୍ଲୀ; ‘ଅମରାବତୀ’ ଏବେ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ । ସ୍ଥାୟୀ ରାଜଧାନୀ ଭାବେ ଆଇନଗତ ସ୍ୱୀକୃତି ମିଳିଛି । ସଂସଦରେ ପାରିତ ହେବା ପରେ ଆନ୍ଧ୍ରପ୍ରଦେଶ ପୁର୍ନଗଠନ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ…

    Continue reading
    ୯ ପୁଲିସ୍‌ କର୍ମଚାରୀଙ୍କୁ ମିଳିଲା ଫାଶୀ ଦଣ୍ଡ

    ତାମିଲନାଡୁର ମଦୁରାଇ ଜିଲ୍ଲାର ଗୋଟିଏ କୋର୍ଟ ଆଜି ଐତିହାସିକ ରାୟ ଦେଇଛନ୍ତି। ବାପ-ପୁଅଙ୍କୁ ହାଜତରେ ପିଟିପିଟି ମାରିବା ଘଟଣାରେ ତାମିଲନାଡୁର ୯ ଜଣ ପୁଲିସ୍‌ କର୍ମଚାରୀଙ୍କୁ କୋର୍ଟ ଆଜି ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।୬ ବର୍ଷ ତଳେ ବ୍ୟବସାୟୀ ପି ଜୟରାଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ