‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ କରିଛନ୍ତି ଏହି ଘୋଷଣା

ସେ କହିଛନ୍ତି, ‘ପୂର୍ବ ସରକାର ଧାମ ଶବ୍ଦ ଯୋଡ଼ିଥିଲେ। ଏହା ସନାତନ ଧର୍ମ ବିରୋଧୀ। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇଛି। ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ମଧ୍ୟ ପଠାଇଛନ୍ତି। ତୁରନ୍ତ ‘ଧାମ’ ଶବ୍ଦ ହଟିବ। ଏଥିପାଇଁ କ୍ୟାବିନେଟ୍‌ରେ ପ୍ରସ୍ତାବ ପାରିତ କରାଯିବ।’

‘ଦୀଘା ଜଗନ୍ନାଥ ଧାମ’ ନାମକରଣ ପରିବର୍ତ୍ତନ ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନିକଟକୁ ଚିଠି ଲେଖିଥିଲେ। ‘ଦୀଘା ଜଗନ୍ନାଥ ଧାମ’ ବଦଳରେ ‘ଶ୍ରୀଜଗନ୍ନାଥ ମନ୍ଦିର, ଦୀଘା’ ଲେଖିବାକୁ ପ୍ରସ୍ତାବ ଦେଇଥିଲେ।
ଶ୍ରୀ ମାଝୀ ତାଙ୍କ ଚିଠିରେ ଲେଖିଥିଲେ ଯେ ଭାରତର ଚାରି ଧାମ ମଧ୍ୟରୁ ପୁରୀ ଶ୍ରୀକ୍ଷେତ୍ର ଅନ୍ୟତମ ଧାମ ବୋଲି ସମସ୍ତେ ଜାଣନ୍ତି। ‘ଦୀଘା ଜଗନ୍ନାଥ ଧାମ’ ନାମକରଣ ଶ୍ରଦ୍ଧାଳୁ ଭାବାବେଗକୁ ଆଘାତ ଦେଇଛି। ତେଣୁ ଆପଣ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିବାକୁ ସେ ଅନୁରୋଧ କରୁଛନ୍ତି ବୋଲି ଲେଖିଥିଲେ।

ପଶ୍ଚିମବଙ୍ଗ ସରକାରଙ୍କ ଏହି ନିଷ୍ପତ୍ତି ପାଇଁ ଧନ୍ୟବାଦ ଜଣାଇଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର। ମୁଖ୍ୟମନ୍ତ୍ରୀ ଓ ଓଡ଼ିଶାବାସୀଙ୍କ ତରଫରୁ ସେ କୃତଜ୍ଞତା ଜଣାଇଛନ୍ତି। ଦୁଇ ଦିନ ମଧ୍ୟରେ ଧାମ ଶଦ୍ଦ ହଟାଇବାକୁ ଶୁଭେନ୍ଦୁ ଅଧିକାରୀ କହିଥିବା ପୁରୀ ସାଂସଦ ସୂଚନା ଦେଇଛନ୍ତି।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ