ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ: ମୁଖ୍ୟମନ୍ତ୍ରୀ

‘ଦୀପାବଳି ବେଳକୁ ଛତିଶଗଡ଼ ସହିତ ମହାନଦୀ ଜଳ ବିବାଦର ସମାଧାନ ନିଶ୍ଚିତ ଭାବେ ହୋଇଯିବ।’ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗ ଦେବା ପରେ ଏହି କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବୈଠକରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେବ ସାଏ ଓ ଦୁଇ ରାଜ୍ୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଏହି ବୈଠକରେ ଓଡ଼ିଶାର ଅଧିକାର, ଚାଷୀକୂଳଙ୍କ ଭବିଷ୍ୟତ ଏବଂ ରାଜ୍ୟର ଜଳସମ୍ପଦର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆମର ପକ୍ଷକୁ ଦୃଢ଼ତାର ସହ ଉପସ୍ଥାପନ କରାଯାଇଛି। ଉଭୟ ରାଜ୍ୟ ମଧ୍ୟରେ ଗଠନମୂଳକ ଆଲୋଚନା, ପାରସ୍ପରିକ ସହଯୋଗ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଭିମୁଖ୍ୟ ମାଧ୍ୟମରେ ମହାନଦୀ ଜଳ ସମସ୍ୟାର ଏକ ସ୍ଥାୟୀ, ଆପୋଷ ଓ ସନ୍ତୋଷଜନକ ସମାଧାନ ବାହାର କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।

ସେ କହିଛନ୍ତି ଯେ କେନ୍ଦ୍ର ଜଳ ଆୟୋଗଙ୍କ ଉପସ୍ଥିତିରେ ଆଲୋଚନା ହେବ। ଏହି ଆଲୋଚନା ଅଧିକାରୀ ସ୍ତରରେ ବି ହେବ। ଆଗାମୀ ୩ ମାସ ପର୍ଯ୍ୟନ୍ତ ଏହି ଆଲୋଚନା ଜାରି ରହିବ। ସେ ଆଶା କରୁଛନ୍ତି ଯେ ଏହି ୩ ମାସ ମଧ୍ୟରେ ମହାନଦୀ ଜଳ ବଣ୍ଟନ ଓ ପରିଚାଳନାକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଯେଉଁ ସମସ୍ୟାଗୁଡ଼ିକ ରହିଛି, ତା’ର ସମାଧାନ କରାଯିବ। ଛତିଶଗଡ଼ ସରକାର ବି ଏଥିରେ ସହମତି ପ୍ରକାଶ କରିଛନ୍ତି। ଆସନ୍ତା ଦୀପାବଳି ବେଳକୁ ନିଶ୍ଚିତ ଭାବେ ଏହି ସମସ୍ୟାର ସମାଧାନ ହୋଇଯିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ମଧ୍ୟ ସମାନ ଆଭିମୁଖ୍ୟ ରଖିଛନ୍ତି। ଆମେ ପ୍ରଥମରୁ ଏଥିରେ ସହମତ ଥିଲୁ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଳମ୍ବରେ ସହମତ ହେଲେ। ସେ ସହମତ ହେଲା ପରେ ହିଁ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଏହି ବୈଠକ ଆହ୍ୱାନ କରିଥିଲେ। ଏହି ବୈଠକରେ ସକାରାତ୍ମକ ଆଲୋଚନା ହୋଇଛି। ଆଗାମୀ ୩ ମାସ ମଧ୍ୟରେ ନିଶ୍ଚିତ ଭାବରେ ଗୋଟିଏ ଭଲ ସିଦ୍ଧାନ୍ତରେ ପହଞ୍ଚିବୁ। ଟ୍ରିପଲ୍‌ ଇଞ୍ଜିନ୍‌ ସରକାରରେ ନିଶ୍ଚିତ ଭାବେ ଏହି ବିବାଦର ସମାଧନ ହେବ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ