ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର:ଶନିବାର ଠାରୁ ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଅଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ବ୍ରହ୍ମପୁରରେ ପହଞ୍ଚି ସେଠାରେ ଅଧିଷ୍ଠାତ୍ରୀ ଦେବୀ ମା’ ବୁଢୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ଏଥିସହ ସକଳ ଜନ ମାନସର ସ୍ୱାସ୍ଥ୍ୟର ସମୃଦ୍ଧି କାମନା କରି ମାଆଙ୍କ ନିକଟରେ ଦୀପ ଦାନ କରିଛନ୍ତି। ଏହାପରେ ଓଡ଼ିଶା ସର୍ଭିସ୍ ସ୍କୁଲ ଫର ବ୍ଲାଇଣ୍ଡର ଛାତ୍ରୀମାନେ କେନ୍ଦ୍ରମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ମାଆ ବୁଢୀ ଠାକୁରାଣୀ ମନ୍ଦିରର ଉନ୍ନୟନ କର୍ୟ୍ୟ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁରଜ ସୂର୍ୟ୍ୟବଂଶୀ, ବ୍ରହ୍ମପୁର ସାଂସଦ ଡ.ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ,ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, କବିସୂର୍ୟ୍ୟନଗର ବିଧାୟକ ପ୍ରତାପ ନାୟକ,ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍, ବ୍ରହ୍ମପୁର ଉପ ଜିଲ୍ଲାପାଳ ଅବିନାଶ କୁମାର, ବ୍ରହ୍ମପୁର ଏସପି ଡ଼ା ସରବଣା ବିବେକ ଏମ,ବିଜେପି ଜିଲ୍ଲା ସଭାପତି ସରୋଜ ସାବତଙ୍କ ସମେତ ପ୍ରମୁଖ ମାଆଙ୍କ ଦର୍ଶନ କରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ଏହାପରେ ରାମଲିଙ୍ଗେଶ୍ୱର ପାର୍କ ପରିସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତ୍ରିରଙ୍ଗା ରାଲିରେ ଯୋଗଦେଇଛନ୍ତି। ସେହିପରି ରାଲି ଶେଷ ହେବା ପରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଅଭିମୁଖେ ପ୍ରସ୍ଥାନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଦିନ ୧୧ ଟାରେ ବିଶ୍ଵବିଦ୍ୟାଳୟ ୨୬ତମ ସମାବର୍ତ୍ତନ ଦିବସରେ ଯୋଗଦେବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି। ଏହା ପରେ ଦିନ ୧ଟାରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରୁ ବାହାରି ଆଇଜର୍ ଯିବେ। ଅପରାହ୍ନ ୩ଟାରେ ଆଇଜର ଉତ୍ସବରେ ଯୋଗଦେବେ ଏବଂ ଅପରାହ୍ନ ୫ଟାରେ ଆଇଜର୍ ସେଣ୍ଟ୍ରାଲ୍ ଆନାଲିଟିକାଲ୍ ଫେସିଲିଟି, ବୟଜ୍ ହଷ୍ଟେଲ ଷ୍ଟାଫ୍ ଉଦ୍‌ଘାଟନ କରିବେ। ଏହାପରେ ସନ୍ଧ୍ୟା ୬.୩୦ରେ ଆଇଜର ସମୀକ୍ଷା ବୈଠକରେ ଯୋଗଦେଇ ଗୋପାଳପୁର ଫେରିବାର କାର୍ୟ୍ୟକ୍ରମ ହୋଇଛି।

  • Related Posts

    ୧୮ରେ ବରଗଡ଼ ଠାରେ ବିଜେଡିର ବିରାଟ ଚାଷୀ ସମାବେଶ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରଙ୍କ ଗତ ୧୩ ମାସର ଶାସନ ସମୟରେ ଚାଷୀକୂଳର ସ୍ୱାର୍ଥକୁ ଅଣଦେଖା କରିଛନ୍ତି, ଯେଉଁଥିପାଇଁ ଚାଷୀ ଭାଇମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ୍ନ ହେଉଛନ୍ତି ଓ ସରକାରଙ୍କ ଏହି ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮…

    ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି

    ଭୁବନେଶ୍ଵର:ଆଜି ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି ଟଙ୍କା। କୋରାପୁଟ ଜିଲାର ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଟମ ଦବାଇ ୧ କୋଟିରୁ ଊର୍ଦ୍ଧ୍ବ ସୁଭଦ୍ରା ଭଉଣୀଙ୍କୁ ତୃତୀୟ କିସ୍ତିର ୫ ହଜାର…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା