ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

କୋରାପୁଟ: କୋରାପୁଟରେ ଭୟଙ୍କର ସଡକ ଦୁର୍ଘଟଣା। ଘଟଣାସ୍ଥଳରେ ଜଣେ ମୃତ, ମେଡିକାଲରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲ୍ଲା ସୁନାବେଡା ଏନଏଚ୍ ୨୬ ନଂ ଜାତୀୟ ରାଜପଥରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ସୁନାବେଡା ହାଲ୍ ଗେଷ୍ଟ ହାଉସ୍ ନିକଟରେ ବିଳମ୍ବିତ ରାତିରେ ଦୁଇଟି କାର୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣଙ୍କର ମେଡିକାଲରେ ମୃତ୍ୟୁ ଘଟିଛି। ଟାଟା ସଫାରୀ ଗାଡିଟି କୋରାପୁଟରୁ ଦାମନଯୋଡି ଯିବାବେଳେ ସେପଟେ ସିମିଳିଗୁଡା ପଟୁ ସୁନାବେଳା ଫେରୁଥିଲା ମାରୁତି କାର୍‌ । ଉଭୟଙ୍କ ମଧ୍ୟରେ ହଠାତ୍ ଏକ ବାଇକ୍ ଆସିଯିବାରୁ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

  • Garvita Odia

    Related Posts

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    କଟକ: ସ୍ପେସାଲ୍ ଓଟିଇଟି 2025 ବାତିଲ । ମଧ୍ୟ ରାତ୍ରରେ ଏହି ପରୀକ୍ଷା ବାତିଲ ନେଇ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆଜି ଏହି ପରୀକ୍ଷା ଥିବା ବେଳେ ଏହାକୁ ବୋର୍ଡ ବାତିଲ କରିଛି । ମାଧ୍ୟମିକ ଶିକ୍ଷା…

    ୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

    ଭୁବନେଶ୍ୱର: ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଆଜି ୧୨.୩୦ ସୁଦ୍ଧା ଏୟାର ଲିଫ୍ଟ କରାଯିବ । ଏନେଇ ଏମସ ନିଦେ୍ର୍ଧଶକ ଆଶୁତୋଷ ବିଶ୍ୱାସ ରବିବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି ।…

    Leave a Reply

    Your email address will not be published. Required fields are marked *

    You Missed

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    ବଜ୍ରକାପ୍ତା ଜବତ: ଦୁଇ ଗିରଫ

    ବଜ୍ରକାପ୍ତା ଜବତ: ଦୁଇ ଗିରଫ

    ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

    ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

    ୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

    ୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

    ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

    ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

    ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା

    ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା